ସୃଷ୍ଟି ହେଲା ଆଉ ଏକ ଲଘୁଚାପ: ୪ ଦିନ ବର୍ଷା ସମ୍ଭାବନା, ୧୨ ଜିଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର,୨୪।୧୦: ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଶୁକ୍ରବାର ଦକ୍ଷିଣ ପୂର୍ବ ତଥା ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଏହି ଲଘୁଚାପ କ୍ଷେତ୍ରଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏବଂ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଏହି ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୪ ଦିନ ଧରି ବର୍ଷା ହେବାର ଆକଳନ କରାଯାଇଛି।

ଶୁକ୍ରବାର ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ନୟାଗଡ଼ ସମେତ ୧୨ଟି ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ, ସୁନ୍ଦରଗଡ଼ ଜିଲାର କିଛି ସ୍ଥାନରେ ହାଲୁକା କୁହୁଡ଼ି ଦେଖାଯାଇଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡ଼ିକରେ ତାପମାତ୍ରାରେ ମଧ୍ୟ ଉଲ୍ଲେଖନୀୟ ବୃଦ୍ଧି ପରିଲକ୍ଷିତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତ ସରପଞ୍ଚ ଚାମେଲି ଓଝାଙ୍କୁ ନ୍ୟାୟ ପ୍ରଦାନ ଦାବି କରିଛି କଳାହାଣ୍ଡି ସରପଞ୍ଚ ସଂଘ। ଶନିବାର ରାଜ୍ୟ ସରପଞ୍ଚ…

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri