ଆଉ ଏକ ଲଘୁଚାପ ସୃଷ୍ଟି: ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ…

ଭୁବନେଶ୍ୱର,୨୫।୧୧:ଶ୍ରୀଲଙ୍କା ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଛି। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି। ସକାଳ ୫ଟା ୩୦ରେ ବଙ୍ଗୋପସାଗର ତତ୍ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ଲଘୁଚାପ ସୃଷ୍ଟି ହୋଇଛି।

ସକ୍ରିୟ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ବାତ୍ୟାରେ ପରିଣତ ହୋଇପାରେ। ଏବେ ମାଲାକ୍କା ସମୁଦ୍ର ସନ୍ଧି ଉପରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି ।

 

Dharitri – The Largest & Most Trusted Odia Daily