ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ବର୍ଷା ପରିମାଣ ବଢ଼ିବ। ୬ଦିନ ଅର୍ଥାତ୍‌ ସେପ୍ଟେମ୍ବର ୩ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଶନିବାର ବାଲେଶ୍ୱର, ଭ୍ରଦକ, ଜଗତ୍‌ସିଂହପୁର, କେନ୍ଦୁଝର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଯାଜପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ରବିବାର ମୟୂରଭଞ୍ଜ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ୍‌ ଓ୍ବାର୍ନିଂ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଓ ଢେଙ୍କାନାଳ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧା, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼କୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Dharitri – Odisha’s No.1 Odia Daily

Share