ଆଉ ଏକ ଲଘୁଚାପ: ଏସବୁ ଜିଲାରେ୨୯ ଯାଏ ଅତିପ୍ରବଳ ବର୍ଷା, ଘଡ଼ଘଡ଼ି ନେଇ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୩।୯(ବନ୍ଦନା ସେଠୀ): ଲଗାତର ପଛକୁ ପଛ ଦୁଇଟି ଲଘୁଚାପରେ ସାରା ଓଡ଼ିଶା ଭିଜିବା ସହିତ ଏଥର ପାର୍ବଣ ବର୍ଷାରେ ଧୋଇଯିବ। ଲଘୁଚାପ ପ୍ରଭାବରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୨୯ ତାରିଖ ଯାଏ ପ୍ରବଳ ବର୍ଷା ଚେତାବନୀ ଦିଆଯିବା ସହ ସତର୍କତା ଜାରି କରାଯାଇଛି। ଲଘୁଚାପ ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ତଥା ପଶ୍ଚିମବଙ୍ଗ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଏହା ପ୍ରଭାବରେ ଗତ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି। କୋରାପୁଟ ଜିଲାର ନନ୍ଦପୁର ଅଞ୍ଚଳରେ ସର୍ବାଧିକ ୧୦.୧ ମି.ମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ବିଭିନ୍ନ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି।

ଏଥିସହ ଆଗାମୀ ୨୪ଘଣ୍ଟା ମଧ୍ୟରେ ଗାଙ୍ଗେୟ ଉପତ୍ୟକା ଉପରେ ସକ୍ରିୟ ଲଘୁଚାପକ୍ଷେତ୍ର ଦୁର୍ବଳ ହେବ। ଏହାପରେ ସେପ୍ଟେମ୍ବର ୨୫ ସୁଦ୍ଧା ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ନୂଆ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାକୁ ଥିବାବେଳେ ପ୍ରାୟ ୨୬ ତାରିଖ ବେଳକୁ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଅବପାତ ରୂପ ନେବ। ୨୭ତାରିଖରେ ଏହା ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଉଭୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଚେତାବନୀ ଜାରି କରିଛି। ବୁଧବାର ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼କୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସୁବର୍ଣ୍ଣପୁର, ଦେବଗଡ଼, ବୌଦ୍ଧ ଓ ଅନୁଗୋଳ ଜିଲାକୁ ୟେଲୋ ୱାର୍ନିଂ ଥିବାବେଳେ ବାକି ସମସ୍ତ ଜିଲାକୁ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କି.ମି. ବେଗରେ ପବନ ନେଇ ସତର୍କତା ଜାରି କରାଯାଇଛି। ଗୁରୁବାରଠାରୁ ରବିବାର ପର୍ଯ୍ୟନ୍ତ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସମୁଦ୍ର ଅଶାନ୍ତ ରହିବା ଯୋଗୁ ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ଘରକୁ ଫେରିବାକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ୨୭ତାରିଖ ଯାଏ ମାଛଧରିବା ବାରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?