ଆଉଏକ ଲଘୁଚାପ ସୃଷ୍ଟି: ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୦।୮ (ବ୍ୟୁରୋ): ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ତେବେ ରବିବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହୋଇଥିବାରୁ ଏହା ପ୍ରଭାବରେ ସୋମବାରଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଏଥିସହ କେତେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁସାରେ, ଆସନ୍ତା ୩ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୧୦ ଓ ୧୨ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ସୁନ୍ଦରଗଡ଼ ଆଦି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏ ନେଇ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ୧୨ ଓ ୧୩ ତାରିଖରେ ଉତ୍ତରଓଡ଼ିଶା ସମେତ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ମଧ୍ୟ ପ୍ରବଳ ବର୍ଷା ହେବ। ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଲଘୁଚାପ ଯୋଗୁ ଦକ୍ଷିଣ ଓଡ଼ିଶାରେ ଥିବା ଅଂଶଧରା, ଋଷିକୂଲ୍ୟା ଏବଂ ହାତୀ ନଦୀରେ ବନ୍ୟା ହେବାର ସମ୍ଭାବନା ରହିଛି। ଏଥିସହିତ କେତେକ ତଳିଆ ଅଞ୍ଚଳରେ ବର୍ଷାପାଣି ବନ୍ୟା ପରିସ୍ଥିତି ସୃଷ୍ଟି କରିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ଜିଲାପାଳଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୦ରୁ ୫୦କିମି ବେଗରେ ପବନ ବୋହିବ। ତେଣୁ ମତ୍ସଜୀବିମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri