ଆଉ ଏକ ଲଘୁଚାପ, ୧୨ ଯାଏ ଛେଚିବ ବର୍ଷା, ଓ୍ବାର୍ନିଂ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ)- ଦକ୍ଷିଣ ବାଂଲାଦେଶ ଓ ଏହା ପାଖାପାଖି ଉତ୍ତର ବଙ୍ଗୋପସାଗର ନିକଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୫.୮ କି.ମି ପର୍ଯ୍ୟନ୍ତ ବ୍ୟାପିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୧୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାରି ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବିଦାୟ ନେବାକୁ ଯାଉଛି। ଆଗାମୀ ୩/୪ ଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବାକୁ ପାଗ ଅନୁକୂଳ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେଣୁ ଏଥିପାଇଁ ରାଜ୍ୟରେ ବର୍ଷା ପରିମାଣ ବଢ଼ିପାରେ ବୋଲି ଆକଳନ କରାଯାଇଛି। ଅପରପକ୍ଷେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟିହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ବର୍ତ୍ତମାନ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଏଥିସହ ଉପକୂଳବର୍ତ୍ତୀ ଅଞ୍ଚଳ ଏବଂ ଏହା ପାଖାପାଖି ଜିଲାଗୁଡିକରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏ ସବୁ ଅଞ୍ଚଳରେ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଏବଂ କିଛି ସ୍ଥାନରେ ଝଟ୍‌କା ପବନ ବହିବା ନେଇ ସୂଚନା ଦିଆଯାଇଛି। ଶନିବାର ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲା, ଉତ୍ତର ଉପକୂଳବର୍ତ୍ତୀ ଏବଂ ପାଖାପାଖି ଜିଲାଗୁଡିକରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri