ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଗୋଟିଏ ଲଘୁଚାପ ଯାଇଥିବା ବେଳେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ବଢିବ ବର୍ଷାର ପରିମାଣ ।

ଅଗଷ୍ଟ ୨୨ ତାରିଖରୁ ରାଜ୍ୟରେ ବୃଦ୍ଧି ପାଇବ ବର୍ଷାର ବିସ୍ତୃତି । ସେଥିପାଇଁ ବିଭିନ୍ନ ଅଞ୍ଚଳକୁ ଆଲର୍ଟ ଜାରିକରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଠାରୁ ରାଜ୍ୟର କିଛି ଅଞ୍ଚଳରେ ଆରମ୍ଭ ହୋଇଯିବ ବର୍ଷା । ଶୁକ୍ରବାର ଅର୍ଥାତ ଆସନ୍ତାକାଲି ପାଇଁ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିଭଳି ୨୨ରୁ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

ସେହିଭଳି ଆସନ୍ତା ୨୩ ତାରିଖରେ ଅତି ପ୍ରବଳ ବର୍ଷା ହେବା ନେଇ ୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨ ଜିଲ୍ଲା ମୟୂରଭଞ୍ଜ ଓ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପୁଣି ଉତ୍ତର ଓଡ଼ିଶାରେ ବର୍ଷା ନେଇ ଆକଳନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୩ ବର୍ଷ ବୟସରେ ଘର ଛାଡ଼ିଥିଲେ ଏହି କ୍ରିକେଟର୍‌ : ଟି-୨୦ ଡେବ୍ୟୁରେ ରଚିଲେ ଇତିହାସ

ନୂଆଦିଲ୍ଲୀ,୨୩।୧୧: ସୟଦ ମୁସ୍ତାକ ଅଲି ଟ୍ରଫିରେ ଚମତ୍କାର ବୋଲିଂ କରି ଇତିହାସ ରଚିଛନ୍ତି ଜମଶେଦ ଆଲମ। ଲଗାତାର ୪ଟି ଉଇକେଟ ନେଇ ସେ ଏକ ବିରଳ ରେକର୍ଡର…

ଘର ଲୋକଙ୍କୁ କୋଠରିରେ ବନ୍ଦ କରି ଚୋରି, ୧୫ ଲକ୍ଷ ଟଙ୍କାର ସମ୍ପତ୍ତି ଲୁଟ୍:ଫ୍ରିଜ୍‌ରୁ କ୍ଷୀର ବାହାର କରି ଚା’ କରି ପିଇଲେ…

ଭଞ୍ଜନଗର, ୨୩/୧୧ (ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ବଡ଼ଧରଣର ଚୋରି ହୋଇଛି। ଦୁର୍ବୃତ୍ତମାନେ…

ଧନୁଯାତ୍ରା ସ୍ଥଗିତ: ମାହୁନ୍ତକୁ ହାତୀ ଦଳି ଦେବା ପରେ ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ବଲାଙ୍ଗୀର,୨୩।୧୧( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାରେ ହେଉଥିବା ୪୦ତମ ଧନୁଯାତ୍ରା ମହୋତ୍ସବକୁ ସ୍ଥଗିତ କରିଛି ପ୍ରଶାସନ। ଧନୁଯାତ୍ରା ମହୋତ୍ସବ ସମୟରେ ଏକ ଦୁଃଖଦ ଘଟଣା…

ସେବାଶ୍ରମରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ଖଇରପୁଟ/ମାଲକାନଗିରି,୨୩।୧୧ (ଜଗନ୍ନାଥ ମାଝୀ/ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ପରକନମାଳା (ସୁନା ନଗର) ସେବାଶ୍ରମରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି।…

କୋଟିଆରେ ନାଲକୋ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନକୁ ବିରୋଧ: ନିରାଶ ହୋଇ ଫେରିଲେ ଅଧିକାରୀ-ରାଜନେତା

ପଟ୍ଟାଙ୍ଗି, ୨୩।୧୧ (ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ଟାଉପଦର ତଥା ଥୁରିଆ ଛକରେ ନାଲକୋ ପକ୍ଷରୁ ସ୍ବାସ୍ଥ୍ୟକେନ୍ଦ୍ର ସ୍ଥାପନ ଉଦ୍ୟମକୁ…

ବିଶ୍ରାମଗାରରେ କୁଢକୁଢ ଅଳିଆ ଆବର୍ଜନା: ହନ୍ତସନ୍ତ ଯାତ୍ରୀ

ମୋହନା, ୨୩।୧୧(ମନ୍ମଥ ମିଶ୍ର):ଯାତ୍ରୀଙ୍କ ସୁବିଧା ପାଇଁ ନିର୍ମିତ ବିଶ୍ରାମଗାର ଏବେ ଅଳିଆ ଆବର୍ଜନା ଓ ଖାଲି ମଦ ବୋତଲରେ ଭର୍ତ୍ତି। ଗଜପତି ଜିଲା ମୋହନା ସହରର ହିଲଟପ…

ଆନ୍ଦୋଳନ ଚେତାବନୀ ଦେଲେ ପ୍ରାଥମିକ ଶିକ୍ଷକ ସଂଘ: ସମସ୍ୟା ସମାଧାନ ଦାବି

ଭଞ୍ଜନଗର,୨୩/୧୧(ବାବୁଲା ପ୍ରଧାନ):ସୋମବାର ପ୍ରାଥମିକ ଶିକ୍ଷକ ସଂଘ (NPS) ଭଞ୍ଜନଗର ବ୍ଳକର ସଭାପତି ଜଗଦୀଶ ନାୟକଙ୍କ ନେତୃତ୍ୱରେ ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ ଓ ଗଣଶିକ୍ଷା ବିଭାଗର ସଚିବଙ୍କ…

ସହାୟତାର ହାତ ବଢ଼ାଇଲେ କଣ୍ଠଶିଳ୍ପୀ ଅସୀମା ପଣ୍ଡା: ବନ୍ୟା-ଭୂସ୍ଖଳନ ପୀଡ଼ିତଙ୍କୁ ଭେଟି…

ଭଞ୍ଜନଗର,୨୩।୧୧(ବାବୁଲା ପ୍ରଧାନ):ରାଜ୍ୟର ଜଣାଶୁଣା କଣ୍ଠଶିଳ୍ପୀ ଅସୀମା ପଣ୍ଡା ଗଞ୍ଜାମ ଜିଲାର ଗିଡ଼ିପାବାଲି ଓ ତଡ଼ମା ଏବଂ କନ୍ଧମାଳ ଜିଲ୍ଲାର ଇନ୍ଦ୍ରଗଡ଼ ଗ୍ରାମର ବନ୍ୟା ଓ ଭୂସ୍ଖଳନ ପୀଡ଼ିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?