ଆସୁଛି ଆଉ ଏକ ଲଘୁଚାପ: ୯ରୁ ୧୨ ଯାଏ ବର୍ଷିବ

ଭୁବନେଶ୍ୱର,୫ା୭(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଯୋଗୁ ମଙ୍ଗଳବାର ଓ ବୁଧବାର ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଚାଷୀମାନେ ଆଶ୍ୱସ୍ତ ହୋଇଛନ୍ତି। ଲଗାଣ ବର୍ଷା ଯୋଗୁ ରାଜ୍ୟରେ ମରୁଡ଼ି ଆଶଙ୍କା ମଧ୍ୟ କେତେକାଂଶରେ ଟଳିଯାଇଛି। ରାଜ୍ୟରେ ବିଭିନ୍ନ ଭାଗରେ ବୁଧବାର ରୁଆ ବେଉଷଣ କାର୍ଯ୍ୟ ଆରମ୍ଭ ହୋଇଛି।
ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସମ୍ବଲପୁର ଜିଲାର ଝୁମ୍ପୁରାରେ ୨୯୦ ମିଲିମିଟର ବର୍ଷା ହୋଇଥିବା ବେଳେ ବୌଦ୍ଧ ଜିଲାର ଖଇରାମାଳରେ ୧୮୦, ସୋନପୁର ୧୭୦, କଟକ ୧୭୦, ପୁରୀ ଜିଲାର ଗୋପରେ ୧୫୦, ଭୁବନେଶ୍ୱରରେ ୧୫୦, କେନ୍ଦ୍ରାପଡ଼ା ଜିଲାର ମାର୍ଶାଘାଇରେ ୧୪୦, କେନ୍ଦୁଝର ଜିଲାର ତେଲକୋଇ ୧୪୦, ବାଙ୍କୀରେ ୧୩୦, ସମ୍ବଲପୁରର ରେଢାଖୋଲରେ ୧୩୦, ଢେଙ୍କାନାଳର ଭୁବନରେ ୧୩୦, ଭଦ୍ରକର ତିହିଡିରେ ୧୩୦, ସୁନ୍ଦରଗଡ଼ରେ ୯୦, କୋରାପୁଟରେ ୭୦, ଝାରସୁଗୁଡ଼ାର ଲଖନପୁରରେ ୭୦, ପାରାଦୀପରେ ୭୦, ଅନୁଗୋଳର ପାଲଲହଡ଼ାରେ ୭୦, କୋରାପୁଟର ଜୟପୁରରେ ୭୦, ସମ୍ବଲପୁରର କୁଚିଣ୍ଡାରେ ୭୦, ଜଗତ୍‌ସିଂହପୁରର ବାଲିକୁଦାରେ ୭୦ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏଥିସହିତ ରାଜ୍ୟର ଅନ୍ୟାନ୍ୟ ଭାଗରେ ମଧ୍ୟ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅଗଷ୍ଟ ୪ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ଓ୍ବେଲ୍‌ମାର୍କ ଲୋକ ପ୍ରେସରରେ ପରିଣତ ହୋଇ ଛତିଶଗଡ଼ ଉପରକୁ ଚାଲିଯାଇଛି। ତେବେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ ଏବଂ ଅନୁଗୋଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଯାଜପର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତ୍‌ସିଂହପୁର, କେନ୍ଦୁଝର ଏବଂ ବାଲେଶ୍ୱର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସତର୍କ କରାଯାଇଛି। ତେବେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆସନ୍ତା ୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭବାରେ ୯ ଓ ୧୦ ତାରିଖ ଦୁଇଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗିରହିବ। ତେବେ ଏହାର ପ୍ରଭାବରେ ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ବିଶେଷ କରି ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ବଂଶଧାରା, ଋଷିକୁଲ୍ୟା ଏବଂ ହାତୀ ନଦୀରେ ବନ୍ୟା ଆସିବା ସମ୍ଭାବନା ରହିଛି। ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri