ଭୁବନେଶ୍ୱର,୧୪।୯(ଅନିଲଦାସ):ବାଂଲାଦେଶ ଉପକୂଳ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ପଶ୍ଚିମବଙ୍ଗ ଉପକୂଳ ଏବଂ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଗଭୀର ଅବପାତ (ଡିପ୍ରେସନ)ରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଆସନ୍ତା ୧୩ରୁ ୧୬ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ସୁନ୍ଦରଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲାପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଲଘୁଚାପ ଯୋଗୁ ୧୪ ରୁ ୧୬ ତାରିଖ ଯାଏ ମଧ୍ୟ ପ୍ରଦେଶ ଓ ଛତିଶଗଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିଯୋଗୁ ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ମହାନଦୀ ଫୁଲିଲେ ଏହାର ଶାଖା ନଦୀଗୁଡ଼ିକରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଆକଳନ କରାଯାଇଛିି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସମ୍ଭାବନା ଅଛି।
ସମ୍ଭାବ୍ୟ ଲଘୁଚାପକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ୧୩ରୁ ୧୫ ତାରିଖ ଯାଏ ସମୁଦ୍ରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଯେଉଁମାନେ ଗଭୀର ସମୁଦ୍ରରେ ଅଛନ୍ତି ସେମାନେ ତୁରନ୍ତ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଏଥିସହିତ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ୬ ଜିଲା ଗଞ୍ଜାମ, ପୁରୀ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ
ନୂଆଦିଲ୍ଲୀ,୩୧।୩: ଆଇପିଏଲ୍ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…
ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ
ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…
ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…
ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…
ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…
ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍କୁ ନିଜେ ଦଖଲ କର’
ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
Archives

