ଆସୁଛି ଆଉ ଏକ ଲଘୁଚାପ, ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୩।୯: ମୌସୁମୀ ଟ୍ରପ୍‌ ଲାଇନ୍‌ ବଙ୍ଗୋପସାଗରର ଦକ୍ଷିଣପୂର୍ବ ଦିଗରେ ଅଗ୍ରସର ହେଉଛି। ସେହିପରି ଆନ୍ଧ୍ରପ୍ରଦେଶ ଉପକୂଳରୁ ଦକ୍ଷିଣ ଉପକୂଳବର୍ତ୍ତୀ ମ୍ୟାନ୍‌ମାର ମଧ୍ୟରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ସୋମବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ହେଉଥିବାବେଳେ ଆଗକୁ ବର୍ଷା ପରିମାଣ ବଢ଼ିବ ଓ ୨୭ ତାରିଖ ଯାଏ ବର୍ଷା ଜାରି ରହିବ। ଅନ୍ୟପକ୍ଷରେ ଆସନ୍ତା ୨୩ରୁ ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଫେରିବା ନେଇ ସ୍ଥିତି ଅନୁକୂଳ ହେଉଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, କୋରାପୁଟ, ଅନୁଗୋଳ, ଢେଙ୍କାନାଳ ଓ ଦେବଗଡ଼ରେ ୭ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, ବଲାଙ୍ଗୀର, ସୋନପୁର ଆଦି ୮ ଜିଲାର ବିଭିନ୍ନ ସ୍ଥାନରେ ୭ରୁ ୧୧ ସେମି ବର୍ଷା ହୋଇପାରେ। ୨୪ ତାରିଖରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଜଗତ୍‌ସିଂହପୁର, କଟକ, ବାଲେଶ୍ୱର ସମେତ ୧୨ ଜିଲାରେ ବର୍ଷା ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri