ଆସୁଛି ଆଉ ଏକ ଲଘୁଚାପ, ୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୨୩।୯: ମୌସୁମୀ ଟ୍ରପ୍‌ ଲାଇନ୍‌ ବଙ୍ଗୋପସାଗରର ଦକ୍ଷିଣପୂର୍ବ ଦିଗରେ ଅଗ୍ରସର ହେଉଛି। ସେହିପରି ଆନ୍ଧ୍ରପ୍ରଦେଶ ଉପକୂଳରୁ ଦକ୍ଷିଣ ଉପକୂଳବର୍ତ୍ତୀ ମ୍ୟାନ୍‌ମାର ମଧ୍ୟରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ସୋମବାର ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଏବେ ରାଜ୍ୟରେ ବର୍ଷା ହେଉଥିବାବେଳେ ଆଗକୁ ବର୍ଷା ପରିମାଣ ବଢ଼ିବ ଓ ୨୭ ତାରିଖ ଯାଏ ବର୍ଷା ଜାରି ରହିବ। ଅନ୍ୟପକ୍ଷରେ ଆସନ୍ତା ୨୩ରୁ ପଶ୍ଚିମ ରାଜସ୍ଥାନ ଏବଂ ଗୁଜରାଟ କଚ୍ଛର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ଫେରିବା ନେଇ ସ୍ଥିତି ଅନୁକୂଳ ହେଉଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ଉତ୍ତର ଉପକୂଳବର୍ତ୍ତୀ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବା ନେଇ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, କୋରାପୁଟ, ଅନୁଗୋଳ, ଢେଙ୍କାନାଳ ଓ ଦେବଗଡ଼ରେ ୭ରୁ ୨୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, ବଲାଙ୍ଗୀର, ସୋନପୁର ଆଦି ୮ ଜିଲାର ବିଭିନ୍ନ ସ୍ଥାନରେ ୭ରୁ ୧୧ ସେମି ବର୍ଷା ହୋଇପାରେ। ୨୪ ତାରିଖରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ଜଗତ୍‌ସିଂହପୁର, କଟକ, ବାଲେଶ୍ୱର ସମେତ ୧୨ ଜିଲାରେ ବର୍ଷା ସମ୍ଭାବନା ରହିଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଦୋକାନର ହବ୍‌ ପାଲଟିଛି ଭଟଲି ଛକ, ରାସ୍ତାକୁ ଓହ୍ଲାଇଲେ ଲୋକେ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ନିଶା କାରବାର ସାଧାରଣରେ ପରିଣତ ହୋଇଯାଇଛି । ଲୁଚାଛପା ଚାଲିଥିବା ଏହି କାରବାର ଉପରେ ବିଭିନ୍ନ ସମୟରେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି…

ନାଳ ସୁଅରେ ଭାସି ଚାଲିଗଲା ଚାଷୀଙ୍କ ଜୀବନ, କ୍ଷତିପୂରଣ ଦାବି ତେଜିଲା

ବାସୁଦେବପୁର,୩।୮(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଦର୍ଶନପୁର ପଞ୍ଚାୟତ ଦୁବ ନାଳରୁ ସୋମବାର ଜଣେ ଚାଷଙ୍କ ମୃତଦେହ ଅଗ୍ନିଶମ କର୍ମଚାରୀ ଉଦ୍ଧାର କରିଛନ୍ତି। ମୃତ…

ଲିଭର ଖରାପ ହେବାର ଦଶ ଦିନ ପୂର୍ବରୁ ଦେଖାଦିଏ ଏହି ଲକ୍ଷଣ…

ମିଳିତ ଭାବେ ଏକପ୍ରକାର ସଂକ୍ରାମକ ରୋଗକୁ ହେପାଟାଇଟିସ୍‌ କୁହାଯାଏ। ସାଧାରଣ ଅର୍ଥରେ ବୁଝିବାକୁ ଗଲେ ଏହା ଲିଭର ସମ୍ବନ୍ଧୀୟ ଏକ ରୋଗ। ହେପାଟାଇଟିସ୍‌କୁ ପାଞ୍ଚଟି ଶ୍ରେଣୀରେ ବିଭକ୍ତ…

ଦାରିଙ୍ଗବାଡ଼ି ଲୁଟ୍ ଘଟଣାରେ ପୋଲିସର ତଦନ୍ତ ଜୋରଦାର, ପହଞ୍ଚିଲେ ବାଲିଗୁଡା ଏସଡିପିଓ

ଦାରିଙ୍ଗବାଡ଼ି,୩ା୮(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରରେ ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri