୬ରେ ଆଉ ଏକ ଲଘୁଚାପ, ୧୦ ଯାଏ ଏହି ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩୦ା୯(ଅନୁରାଧା ମହାରଣା): ରାଜ୍ୟରେ ଏବେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ଅକ୍ଟୋବର ୬ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାର୍ଶବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଅକ୍ଟୋବର ୪ରୁ ୧୦ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ରାଜ୍ୟରେ କୌଣସି ନିର୍ଦ୍ଦିଷ୍ଟ ନିୟାମକ ସକ୍ରିୟ ନ ଥିବା ବେଳେ ଆଗାମୀ ୩ ତାରିଖ ଯାଏ ବଡ ବର୍ଷା ନାହିଁ। ତେବେ ରବିବାର ଭୁବନେଶ୍ୱର ସମେତ ରାଜ୍ୟର ଅଳ୍ପ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଅକ୍ଟୋବର ୩ ପରେ ଉପକୂଳ ଓଡ଼ିଶାର କିଛି ଜିଲା ସହ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳରେ ବର୍ଷା ହୋଇପାରେ। କିଛି ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ। ୪ ତାରିଖ ପରେ ପୁଣି ବର୍ଷାର ପରିମାଣ ବଢିପାରେ ବୋଲି ପୂର୍ବାନୁମାନ କରାଯାଇଛି।
ସୂଚନା ଥାଉକି, ଚଳିତ ମୌସୁମୀରେ ରାଜ୍ୟରେ ଜୁନ୍‌ ୧ରୁ ବର୍ତ୍ତମାନ ସୁଦ୍ଧା ୧୦୯୦.୮ ମିମି ବର୍ଷା ହୋଇଛି, ଯାହା ସ୍ବାଭାବିକ ବର୍ଷା ୧୧୪୪.୩ ମିମିଠାରୁ ୫ ପ୍ରତିଶତ ନିଅଣ୍ଟିଆ ରହିଛି। ବର୍ତ୍ତମାନ ସୁଦ୍ଧା ୨ଟି ଜିଲାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଛି। ସେହିପରି ୨୪ ଜିଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବାବେଳେ ୪ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri