୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୧ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ବୁଧବାର ଦୁର୍ବଳ ହୋଇ ଛତିଶଗଡ଼ ଏବଂ ପୂର୍ବ ମଧ୍ୟପ୍ରଦେଶ ଉପରେ ରହିଛି। ଆସନ୍ତା ୧୨ ଘଣ୍ଟା ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଦୁଇ ଦିନ ପରେ ରାଜ୍ୟରେ ବର୍ଷା ପରିମାଣ ହ୍ରାସ ପାଇବ। ତେବେ ଆସନ୍ତା ୧୩ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ ଦିନ ଧରି ବର୍ଷା ଲାଗି ରହିଛି। ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହୋଇଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ସମ୍ବଲପୁର ଜମନକିରାରେ ୧୪୭ ମିମି ବର୍ଷା ହୋଇଥିବା ବେଳେ ଝାରସୁଗୁଡ଼ା ୧୩୬, ସମ୍ବଲପୁର ୧୨୫, ବରଗଡ଼ ୧୧୫, ବୁର୍ଲା ୧୧୨.୪, ଅନୁଗୋଳ ୧୦୭, ନବରଙ୍ଗପୁର ୯୫, ଦେବଗଡ଼ ୯୪, କଳାହାଣ୍ଡି ୯୧, ବାଙ୍କୀରେ ୯୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ପ୍ରବଳ ବର୍ଷା ଯୋଗୁ ମହାନଦୀର ନରାଜ, ବୈତରଣୀ ନଦୀର ଆନନ୍ଦପୁର, ବୁଢ଼ାବଳଙ୍ଗ ନଦୀର ଏନଏଚ-୫, ଜଳକାର ମଥାନୀଠାରେ ବନ୍ୟାଜଳ ବୃଦ୍ଧିପାଉଛି। ତେବେ ବଂଶଧାରା ନଦୀର କାଶୀନଗରଠାରେ ବନ୍ୟା ଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସତର୍କ ରହିବାକୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି।
ଏହାର ପ୍ରଭାବରେ ୧୩ ଓ ୧୪ ଦୁଇଦିନ ଯାଏ ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ଏଥିଯୋଗୁ ମହାନଦୀ ଓ ଏହାର ଶାଖା ନଦୀରେ ଛୋଟଧରଣର ବନ୍ୟା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ୧୩ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତ୍‌ସିଂହପୁର, କଟକ, ନୟାଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ଏହି ସମୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଗଜପତି, ଢେଙ୍କାନାଳ, ବୌଦ୍ଧ, ଅନୁଗୋଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୋନପୁର, ସମ୍ବଲପୁର ଓ ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହି ସବୁ ଜିଲା ପାଇଁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।

ଆସନ୍ତା ୧୪ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ସତର୍କ କରାଯାଇଛି। ଆସନ୍ତା ୧୯ ତାରିଖରେ ଓଡ଼ିଶା ଏବଂ ଛତିଶଗଡ଼ ଉପରେ ଏକ ଘର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଦୁଇଦିନ ପ୍ରବଳ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?