୧୪ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୯ା୯(ଅନିଲ ଦାସ): ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୧୪ ତାରିଖରେ ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଉପକୂଳ ସମେତ ରାଜ୍ୟର ବିିଭିନ୍ନ ଭାଗରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏ ପର୍ଯ୍ୟନ୍ତ ୬ଟି ଲଘୁଚାପ ହୋଇଥିଲେ ମଧ୍ୟ ରାଜ୍ୟକୁ ସ୍ବାଭାବିକ ବର୍ଷା ମିଳିନାହିଁ। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ୨୦ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୦ ଜିଲାରେ ଜମି ଫାଟି ଆଁ କରିଛି। ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ସ୍ବଳ୍ପ ବର୍ଷା ହୋଇଥିଲା। ଜୁଲାଇରେ କିଛି ବର୍ଷିଲା। ମାତ୍ର ଅଗଷ୍ଟରେ ନିଅଣ୍ଟିଆ ବର୍ଷା ଚାଷ ପାଇଁ ବାଧକ ସାଜିଛି।
ରାଜ୍ୟକୁ ଏ ପର୍ଯ୍ୟନ୍ତ ଯେତିକି ବର୍ଷା ମିଳିବା କଥା ସେଥିରୁ ୧୧ ପ୍ରତିଶତ କମ୍‌ ହୋଇଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଜୁନ୍‌ ପହିଲାରୁ ସେପ୍ଟେମ୍ବର ୮ ତାରିଖ ଯାଏ ରାଜ୍ୟରେ ସ୍ବାଭାବିକ ଭାବେ ୯୯୨.୭ ମିଲିିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ମାତ୍ର ୮୮୫ ମିଲିମିଟର। କେବଳ ସେତିକି ନୁହେଁ, ବର୍ଷାଭାବରୁ ରାଜ୍ୟରେ ୯ ଜିଲା ମରୁଡ଼ି ସଙ୍କଟର ସମ୍ମୁଖୀନ ହୋଇଛି। ନବରଙ୍ଗପୁରରେ ୩୭ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ କେନ୍ଦ୍ରାପଡ଼ା ୩୨, ଗଞ୍ଜାମ ୨୯, କଳାହାଣ୍ଡି ୩୬, ପୁରୀ ୨୪, ଜଗତ୍‌ସିଂହପୁର ୨୫, ରାୟଗଡ଼ା ୨୪, ବଲାଙ୍ଗୀର ୨୦ ଏବଂ ଖୋର୍ଦ୍ଧା ଜିଲାରେ ସ୍ବାଭାବିକ ଠାରୁ ୨୧ ପ୍ରତିଶତ କମ୍‌ ବର୍ଷା ହୋଇଛି।
ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। କଟକରେ ୩୨.୮ ମିଲିମିଟର ବର୍ଷା ହୋଇଥିବା ବେଳେ ପାରାଦୀପ ୩୩.୨, ଭୁବନେଶ୍ୱର ୧୯.୫, ଅନୁଗୋଳ ୩୨, ବାରିପଦା ୩୨, ଝାରସୁଗୁଡ଼ା ୫୨, ହୀରାକୁଦ ୧୨.୬, ତାଳଚେର ୪୨, ବଲାଙ୍ଗୀର ୨୨, କୋରାପୁଟ ୨୧.୬, ଫୁଲବାଣୀ ୨୦, ମାଲକାନଗିରି ୩୧.୨, ଦାରିଙ୍ଗବାଡ଼ି ୧୩, ନୟାଗଡ଼ ୧୨, ଯାଜପୁର ୩୦, ଭଦ୍ରକ ୨୨, ପୁରୀ ୩୫, ଢେଙ୍କାନାଳରେ ୫୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର,ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କଟକ, ଦେବଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri