୧୪ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୯ା୯(ଅନିଲ ଦାସ): ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ୧୪ ତାରିଖରେ ଲଘୁଚାପରେ ପରିଣତ ହେବ। ଲଘୁଚାପ ପ୍ରଭାବରେ ଉପକୂଳ ସମେତ ରାଜ୍ୟର ବିିଭିନ୍ନ ଭାଗରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଏ ପର୍ଯ୍ୟନ୍ତ ୬ଟି ଲଘୁଚାପ ହୋଇଥିଲେ ମଧ୍ୟ ରାଜ୍ୟକୁ ସ୍ବାଭାବିକ ବର୍ଷା ମିଳିନାହିଁ। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ୨୦ ଜିଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୦ ଜିଲାରେ ଜମି ଫାଟି ଆଁ କରିଛି। ଜୁନ୍‌ ଦ୍ୱିତୀୟ ସପ୍ତାହରେ ମୌସୁମୀ ପ୍ରବେଶ କରିଥିଲେ ମଧ୍ୟ ସ୍ବଳ୍ପ ବର୍ଷା ହୋଇଥିଲା। ଜୁଲାଇରେ କିଛି ବର୍ଷିଲା। ମାତ୍ର ଅଗଷ୍ଟରେ ନିଅଣ୍ଟିଆ ବର୍ଷା ଚାଷ ପାଇଁ ବାଧକ ସାଜିଛି।
ରାଜ୍ୟକୁ ଏ ପର୍ଯ୍ୟନ୍ତ ଯେତିକି ବର୍ଷା ମିଳିବା କଥା ସେଥିରୁ ୧୧ ପ୍ରତିଶତ କମ୍‌ ହୋଇଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଜୁନ୍‌ ପହିଲାରୁ ସେପ୍ଟେମ୍ବର ୮ ତାରିଖ ଯାଏ ରାଜ୍ୟରେ ସ୍ବାଭାବିକ ଭାବେ ୯୯୨.୭ ମିଲିିମିଟର ବର୍ଷା ହେବାକୁ ଥିବାବେଳେ ହୋଇଛି ମାତ୍ର ୮୮୫ ମିଲିମିଟର। କେବଳ ସେତିକି ନୁହେଁ, ବର୍ଷାଭାବରୁ ରାଜ୍ୟରେ ୯ ଜିଲା ମରୁଡ଼ି ସଙ୍କଟର ସମ୍ମୁଖୀନ ହୋଇଛି। ନବରଙ୍ଗପୁରରେ ୩୭ ପ୍ରତିଶତ କମ୍‌ ବର୍ଷା ହୋଇଥିବା ବେଳେ କେନ୍ଦ୍ରାପଡ଼ା ୩୨, ଗଞ୍ଜାମ ୨୯, କଳାହାଣ୍ଡି ୩୬, ପୁରୀ ୨୪, ଜଗତ୍‌ସିଂହପୁର ୨୫, ରାୟଗଡ଼ା ୨୪, ବଲାଙ୍ଗୀର ୨୦ ଏବଂ ଖୋର୍ଦ୍ଧା ଜିଲାରେ ସ୍ବାଭାବିକ ଠାରୁ ୨୧ ପ୍ରତିଶତ କମ୍‌ ବର୍ଷା ହୋଇଛି।
ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଛି। କଟକରେ ୩୨.୮ ମିଲିମିଟର ବର୍ଷା ହୋଇଥିବା ବେଳେ ପାରାଦୀପ ୩୩.୨, ଭୁବନେଶ୍ୱର ୧୯.୫, ଅନୁଗୋଳ ୩୨, ବାରିପଦା ୩୨, ଝାରସୁଗୁଡ଼ା ୫୨, ହୀରାକୁଦ ୧୨.୬, ତାଳଚେର ୪୨, ବଲାଙ୍ଗୀର ୨୨, କୋରାପୁଟ ୨୧.୬, ଫୁଲବାଣୀ ୨୦, ମାଲକାନଗିରି ୩୧.୨, ଦାରିଙ୍ଗବାଡ଼ି ୧୩, ନୟାଗଡ଼ ୧୨, ଯାଜପୁର ୩୦, ଭଦ୍ରକ ୨୨, ପୁରୀ ୩୫, ଢେଙ୍କାନାଳରେ ୫୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର,ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, କଟକ, ଦେବଗଡ଼ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri