୯ରେ ଆଉ ଏକ ଲଘୁଚାପ: ୨ରୁ ୩ ଦିନ ଭିତରେ ଡିପ୍ରେସନରେ ପରିଣତ ହୋଇପାରେ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷା ଶେଷ ହୋଇ ନ ଥିବାବେଳେ ଉତ୍ତର ଆଣ୍ଡାମାନ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର ନିକଟରେ ଆଉ ଏକ ଲଘୁଚାପ ଦାନା ବାନ୍ଧିଲାଣି। ଆସନ୍ତା ୯ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହା ଉତ୍ତର ପଶ୍ଚିମ ଦିଗ ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳକୁ ଗତି କରିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଲଘୁଚାପ ଡିପ୍ରେଶନ(ଅବପାତ)ରେ ପରିଣତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୯ରୁ ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟରେ ଗତ ଦୁଇଦିନ ହେବ ଉପକୂଳ ଓଡ଼ିିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଭଦ୍ରକ, ବାଲେଶ୍ୱର ଆଦି ଜିଲାରେ ବର୍ଷା ଲାଗିରହିଛି। ଲଗାଣ ବର୍ଷା ଯୋଗୁ ଜନଜୀବନ ବ୍ୟାହତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୋଳ ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି। ୬ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହୁଛି। ଆସନ୍ତା ୨୪ ଘଣ୍ଟା ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। କଟକ ଓ ଭୁବନେଶ୍ୱରରେ ୪୮ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଆଡଭାଇଜରି ଜାରି ହୋଇଛି। ବିଶେଷ କାର୍ଯ୍ୟ ନ ଥିଲେ ବାହାରକୁ ନ ବାହାରିବାକୁ ପାଣିପାଗ ବିଭାଗ କହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ କଣ୍ଟାପଡ଼ାରେ ସର୍ବାଧିକ ୧୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ପିପିଲିରେ ୧୨ ସେମି, ପୁରୁଷୋତ୍ତମପୁରରେ ୧୧, ନୟାଗଡ଼ରେ ୮, କଣିହଁାରେ ୬, ଆଳିପିଙ୍ଗଳରେ ୬, ବରମୂଳରେ ୫, ସିମିଳିଗୁଡ଼ାରେ ୫, ଅନୁଗୋଳରେ ୫, ଛେଣ୍ଡିପଦାରେ ୫, ଗରଦପୁରରେ ୫, ଖଣ୍ଡପଡ଼ାରେ ୫, ଚାନ୍ଦବାଲିରେ ୪, ଭୁବନେଶ୍ୱରରେ ୪, ବାରକୋଟରେ ୪, ପୁରୀରେ ୪, ବୀରମହାରାଜାପୁରରେ ୪, ଢେଙ୍କାନାଳରେ ୪, ତିହିଡିରେ ୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୯ରେ ମିଳିଥିଲା ୩୪% ଭୋଟ୍, ୨୦୨୪ରେ ଗଠନ ହେବ ସରକାର: କାର୍ଯ୍ୟକର୍ତ୍ତାଙ୍କୁ ଶାହାଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର,୨୬ା୪: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାର ବରିଷ୍ଠ ନେତା ତଥା ସଦସ୍ୟମାନଙ୍କୁ ଆତ୍ମବିଶ୍ୱାସର ସହ କାର୍ଯ୍ୟ କରିବାକୁ ଉତ୍ସାହିତ କରିଛନ୍ତି। ଏହାସହ କହିଛନ୍ତି...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ସରକାରୀ ହସ୍ପିଟାଲ ପରିସରରେ ଥିବା ଘରୋଇ ଔଷଧ ଦୋକାନ ହେବ ବନ୍ଦ

ଭୁବନେଶ୍ୱର, ୨୬।୪(ବନ୍ଦନା ସେଠୀ):ରାଜ୍ୟର ସରକାରୀ ଡାକ୍ତରଖାନା ପରିସରରେ ରହିଥିବା ଘରୋଇ ଔଷଧ ଷ୍ଟୋର୍‌ ବନ୍ଦ ହେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏପରି କଡ଼ା...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ନାମାଙ୍କନ ଶେଷ

ଭୁବନେଶ୍ୱର,୨୬ା୪(ଅନିଲ ଦାସ): ରାଜ୍ୟର ପ୍ରଥମ ପର୍ଯ୍ୟାୟ(ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ପାଇଁ ଗୁରୁବାର ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଛି। ଏପ୍ରିଲ ୧୮ରୁ ୨୪ ତାରିଖ...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri