୯ରେ ଆଉ ଏକ ଲଘୁଚାପ: ୨ରୁ ୩ ଦିନ ଭିତରେ ଡିପ୍ରେସନରେ ପରିଣତ ହୋଇପାରେ

ଭୁବନେଶ୍ୱର,୫।୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷା ଶେଷ ହୋଇ ନ ଥିବାବେଳେ ଉତ୍ତର ଆଣ୍ଡାମାନ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗର ନିକଟରେ ଆଉ ଏକ ଲଘୁଚାପ ଦାନା ବାନ୍ଧିଲାଣି। ଆସନ୍ତା ୯ତାରିଖରେ ଏହା ଲଘୁଚାପରେ ପରିଣତ ହେବ। ଏହା ଉତ୍ତର ପଶ୍ଚିମ ଦିଗ ଦେଇ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳକୁ ଗତି କରିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଲଘୁଚାପ ଡିପ୍ରେଶନ(ଅବପାତ)ରେ ପରିଣତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ। ଏହାର ପ୍ରଭାବରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୯ରୁ ୧୩ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟରେ ଗତ ଦୁଇଦିନ ହେବ ଉପକୂଳ ଓଡ଼ିିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ କଟକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, ଭଦ୍ରକ, ବାଲେଶ୍ୱର ଆଦି ଜିଲାରେ ବର୍ଷା ଲାଗିରହିଛି। ଲଗାଣ ବର୍ଷା ଯୋଗୁ ଜନଜୀବନ ବ୍ୟାହତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୋଳ ଏବଂ କେନ୍ଦୁଝର ଜିଲାରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି। ୬ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କି.ମି. ବେଗରେ ପବନ ବହୁଛି। ଆସନ୍ତା ୨୪ ଘଣ୍ଟା ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। କଟକ ଓ ଭୁବନେଶ୍ୱରରେ ୪୮ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ଆଡଭାଇଜରି ଜାରି ହୋଇଛି। ବିଶେଷ କାର୍ଯ୍ୟ ନ ଥିଲେ ବାହାରକୁ ନ ବାହାରିବାକୁ ପାଣିପାଗ ବିଭାଗ କହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ କଣ୍ଟାପଡ଼ାରେ ସର୍ବାଧିକ ୧୩ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ପିପିଲିରେ ୧୨ ସେମି, ପୁରୁଷୋତ୍ତମପୁରରେ ୧୧, ନୟାଗଡ଼ରେ ୮, କଣିହଁାରେ ୬, ଆଳିପିଙ୍ଗଳରେ ୬, ବରମୂଳରେ ୫, ସିମିଳିଗୁଡ଼ାରେ ୫, ଅନୁଗୋଳରେ ୫, ଛେଣ୍ଡିପଦାରେ ୫, ଗରଦପୁରରେ ୫, ଖଣ୍ଡପଡ଼ାରେ ୫, ଚାନ୍ଦବାଲିରେ ୪, ଭୁବନେଶ୍ୱରରେ ୪, ବାରକୋଟରେ ୪, ପୁରୀରେ ୪, ବୀରମହାରାଜାପୁରରେ ୪, ଢେଙ୍କାନାଳରେ ୪, ତିହିଡିରେ ୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?