କନ୍ଧମାଳରେ ପୁଣି ଗୁଳି ବିନିମୟ, ଜଣେ ମାଓବାଦୀ ମୃତ

ଫୁଲବାଣୀ ଅଫିସ, ୮ା୭-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତ କିହାଲଗୁଡ଼ା ଜଙ୍ଗଲ କ୍ଲାଉଡଙ୍ଗା ଅଞ୍ଚଳରେ ଗତ ଶନିବାର ବିଳମ୍ବିତ ରାତିରେ ପୋଲିସ ଗୁଳିରେ ୪ ମାଓବାଦୀ ନିହତ ହୋଇଥିଲେ। ଏହି ଘଟଣା ପରେ ମାଓବାଦୀମାନେ ପ୍ରତିହିଂସା ପରାୟଣ ହୋଇପଡ଼ିଛନ୍ତି। ସେମାନେ ପୋଲିସକୁ ଚକ୍‌ମା ଦେଖାଇ ହିଂସା ଘଟାଇବାକୁ ଉଦ୍ୟମ କରୁଥିବା ବେଳେ ସୋମବାର ସନ୍ଧ୍ୟାରେ ପୁଣି ଗୁଳି ବିନିମୟ ହୋଇଛି। ଏଥିରେ ଆଉ ଜଣେ ମାଓବାଦୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନିକଟରୁ ଦୁଇଟି ଦେଶୀ ବନ୍ଧୁକ ଏବଂ ଅନ୍ୟାନ୍ୟ ମାଓବାଦୀ ସାମଗ୍ରୀ ଜବତ ହୋଇଛି ା ସିର୍ଲା ଜଙ୍ଗଲରେ କୋମ୍ବିଂ ବେଳେ ୩ ଦିନରେ ୨ ମହିଳାଙ୍କ ସମେତ ୫ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଚିହ୍ନଟ କରାଯାଇଛି। ଚିହ୍ନଟଙ୍କ ମଧ୍ୟରେ ଅଛନ୍ତି ମାଲକାନଗିରିର ଷ୍ଟେଟ କ୍ୟାଡର ଶୁକ୍ରୁ ଓରଫ କୋଶାସୋଡି, ଛତିଶଗଡର ଏରିଆ କମିଟି ମେମ୍ବର ଇତେଶ ଏବଂ ରୀନା ା ରବିବାର ଭୋର୍‌ରେ ଏମାନଙ୍କ ମୃତଦେହ ମିଳିଥିଲା। ଶୁକ୍ରୁଙ୍କ ନାମରେ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା ା ଇତେଶ ଏବଂ ରୀନାଙ୍କ ନାମରେ ୪ ଲକ୍ଷ ଲେଖାଏ ଟଙ୍କା ପୁରସ୍କାର ରାଶି ଘୋଷଣା ହୋଇଥିଲା। କନ୍ଧମାଳ ଏସ୍‌ପି ପ୍ରତୀକ ଗୀତା ସିଂ ମଙ୍ଗଳବାର ଜିଲା ପୋଲିସ ରିଜର୍ଭ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି। ଏସ୍‌ପି ସିଂ ଆହୁରି କହିଛନ୍ତି, ୪ ମାଓବାଦୀଙ୍କ ନିହତ ହେବା ପରେ ଛତ୍ରଭଙ୍ଗ ଦେଇଥିବା ଅନ୍ୟ ମାଓବାଦୀମାନେ ପ୍ରତିହିଂସା ପରାୟଣ ହୋଇ ନିକଟସ୍ଥ ଗ୍ରାମକୁଯାଇ ଲୋକଙ୍କୁ ଧମକାଇଥିଲେ ା ପୋଲିସକୁ କିଏ ସୂଚନା ଦେଇଛ ବୋଲି କହିବା ସହ ପୋଲିସକୁ ମାରିବା ପାଇଁ ଯୋଜନା କରିଥିଲେ ା ଏ ସମ୍ପର୍କରେ ସୂଚନା ମିଳିବା ପରେ ଏସ୍‌ଓଜି ଏବଂ ଡିଭିଏଫ (ଡିଷ୍ଟ୍ରିକ୍ଟ ଭଲ୍ୟୁଣ୍ଟାରି ଫୋର୍ସ) କୋମ୍ବିଂ ଜୋରଦାର କରିଥିଲେ। ଜଙ୍ଗଲ ମଧ୍ୟରେ ମାଓବାଦୀମାନେ ପ୍ରଥମେ ଗୁଳି ଚଳାଇଥିଲେ। ସେମାନଙ୍କୁ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା। ହେଲେ ସେମାନେ ନ ମାନି ଗୁଳିଚାଳନା ଜାରି ରଖିଥିଲେ। ଯବାନମାନେ ସଜାଗ ହୋଇ ପାଲଟା ଜବାବ ଦେଇଥିଲେ। ଗୁଳି ବନ୍ଦ ହେବା ପରେ ସର୍ଚ୍ଚ ଅପରେଶନ ବେଳେ ଆଉ ଜଣେ ମାଓବାଦୀଙ୍କ ମୃତଦେହ ମିଳିଥିଲା ା ମାଓବାଦୀମାନେ ବଡ଼ ଧରଣର ହିଂସା ପାଇଁ ଯୋଜନା କରୁଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ଷ୍ଟେଟ କ୍ୟାଡର ନିଖିଲ ଏବଂ ଇନ୍ଦୁ ଥିବା ଜଣାପଡିଛି ା କେକେବିଏନ୍‌ ଏବଂ ବିଜିଏନ୍‌ର ସଦସ୍ୟ କାର୍ଯ୍ୟକ୍ରମ ଜାରି ରଖିଥିବା ସୂଚନା ମିଳିଛି ା ସେମାନେ କାହିଁକି ଏକାଠି ହୋଇଥିଲେ ତାହାର ତଦନ୍ତ ଚାଲିଥିବା ଏସ୍‌ପି କହିଛନ୍ତି। ମାଓବାଦୀମାନେ ସରକାରଙ୍କ ନିୟମ ଅନୁସାରେ ଆତ୍ମସମର୍ପଣ କରି ସୁବିଧା ନେବାକୁ ଏସ୍‌ପି ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri