ରାଜଧାନୀରେ ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆଉ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଛି। ସୋମବାର ଭରତପୁର ଥାନା ଅନ୍ତର୍ଗତ ତାରିଣୀ ବସ୍ତିର ଏକ ଭଡ଼ାଘରୁ ଉକ୍ତ ଯୁବତୀଙ୍କ ମୃତଦେହକୁ ପୋଲିସ ଜବତ କରିଛି। ସେ ହେଲେ ପୁରୀ ଜିଲା ବ୍ରହ୍ମଗିରି ଥାନା ଚାପମାଣିକ ଗ୍ରାମର ସୁରେଖା ପଲେଇ(୨୧)। ତାଙ୍କ ମାଆ କୁନ୍ତଳା ପଲେଇଙ୍କ ଅଭିଯୋଗକ୍ରମେ ପୋଲିସ ଏକ ହତ୍ୟା ମାମଲା (ନଂ.୧୪/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଯୁବତୀଙ୍କ ବେକରେ କଳା ଦାଗ ରହିଛି। ଏଥିସହ ମୃତଦେହ ପଡିଥିବା ସ୍ଥାନରେ ଖାଦ୍ୟ ସାମଗ୍ରୀ ପଡିଥିବାରୁ ସେଠାରେ ଭୋଜିଭାତ ହୋଇଥିବା ଜଣାପଡିଛି। ଯୋଜନାବଦ୍ଧ ଭାବେ ଭୋଜିଭାତ କରି ତାଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ଏଥିସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଏମ୍‌ସକୁ ପଠାଇଛି।
ସୂଚନା ଅନୁଯାୟୀ, ବ୍ରହ୍ମଗିରି ଚାପମାଣିକ ଗ୍ରାମର ଲୋକନାଥ ପଲେଇଙ୍କ ବଡଝିଅ ସୁରେଖା ଭୁବନେଶ୍ୱରରେ ୪ବର୍ଷ ହେବ ରହିବା ସହ ଏକ ବିୟୁଟି ପାର୍ଲରରେ କାମ କରିବା ସହ ତାରିଣୀ ବସ୍ତିରେ ଭଡ଼ା ଘର ନେଇ ରହୁଥିଲେ। ମାଉସୀ ଝିଅ ମୌସୁମୀ ପ୍ରଧାନ ପ୍ରାୟ ସମୟରେ ତାଙ୍କ ସହ ରହୁଥିଲେ। ସୋମବାର ସକାଳେ ମୌସୁମୀ ସୁରେଖାଙ୍କୁ ବହୁଥର ଫୋନ୍‌ କରିଥିଲେ ବି ସେ ଉଠାଇ ନ ଥିଲେ। ତେଣୁ ସେ ଅପରାହ୍ନ ୨ଟାରେ ସୁରେଖା ରହୁଥିବା ଭଡ଼ାଘରକୁ ଆସିଥିଲେ। ଘର କବାଟ ଆଉଜା ହୋଇଥିଲା। ଘର ଭିତରେ ସୁରେଖା ମୃତ ଅବସ୍ଥାରେ ଖଟରେ ପଡ଼ିଥିବା ସେ ଦେଖିବା ପରେ ପଡ଼ୋଶୀଙ୍କୁ ବଡ଼ପାଟିରେ ଡାକିଥିଲେ। ପଡୋଶୀମାନେ ପହଞ୍ଚତ୍ବା ପରେ ଥାନାକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଭରତପୁର ଥାନା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ଏଥିସହ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରୁ ବିଭିନ୍ନ ନମୁନା ସଂଗ୍ରହ କରିଥିଲା। ଏନେଇ ଥାନା ଅଧିକାରୀ ବିଶ୍ୱରଞ୍ଜନ ସାହୁ କହିଛନ୍ତି, ଯୁବତୀଙ୍କ ମୃତ୍ୟୁ କେମିତି ହୋଇଛି ତାହା କହିହେବ ନାହିଁ। ବିଭିନ୍ନ ଦିଗକୁ ନେଇ ଘଟଣାର ତଦନ୍ତ ଚାଲୁ ରହିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ହସ୍ପିଟାଲରୁ ମହିଳାଙ୍କ ମୃତଦେହ ଜବତ, ବିଷକ୍ରିୟା ସନ୍ଦେହ…

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୁରୁବାର ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ପ୍ରହଲ୍ଲାଦ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ ସେଠୀ(୪୫)ଙ୍କ ମୃତଦେହ ବ୍ରହ୍ମପୁର ବଡ଼…

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?