ରାଜଧାନୀରେ ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱର,୧୧।୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଆଉ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବତୀଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଛି। ସୋମବାର ଭରତପୁର ଥାନା ଅନ୍ତର୍ଗତ ତାରିଣୀ ବସ୍ତିର ଏକ ଭଡ଼ାଘରୁ ଉକ୍ତ ଯୁବତୀଙ୍କ ମୃତଦେହକୁ ପୋଲିସ ଜବତ କରିଛି। ସେ ହେଲେ ପୁରୀ ଜିଲା ବ୍ରହ୍ମଗିରି ଥାନା ଚାପମାଣିକ ଗ୍ରାମର ସୁରେଖା ପଲେଇ(୨୧)। ତାଙ୍କ ମାଆ କୁନ୍ତଳା ପଲେଇଙ୍କ ଅଭିଯୋଗକ୍ରମେ ପୋଲିସ ଏକ ହତ୍ୟା ମାମଲା (ନଂ.୧୪/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଯୁବତୀଙ୍କ ବେକରେ କଳା ଦାଗ ରହିଛି। ଏଥିସହ ମୃତଦେହ ପଡିଥିବା ସ୍ଥାନରେ ଖାଦ୍ୟ ସାମଗ୍ରୀ ପଡିଥିବାରୁ ସେଠାରେ ଭୋଜିଭାତ ହୋଇଥିବା ଜଣାପଡିଛି। ଯୋଜନାବଦ୍ଧ ଭାବେ ଭୋଜିଭାତ କରି ତାଙ୍କୁ ତଣ୍ଟିଚିପି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ଏଥିସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଏମ୍‌ସକୁ ପଠାଇଛି।
ସୂଚନା ଅନୁଯାୟୀ, ବ୍ରହ୍ମଗିରି ଚାପମାଣିକ ଗ୍ରାମର ଲୋକନାଥ ପଲେଇଙ୍କ ବଡଝିଅ ସୁରେଖା ଭୁବନେଶ୍ୱରରେ ୪ବର୍ଷ ହେବ ରହିବା ସହ ଏକ ବିୟୁଟି ପାର୍ଲରରେ କାମ କରିବା ସହ ତାରିଣୀ ବସ୍ତିରେ ଭଡ଼ା ଘର ନେଇ ରହୁଥିଲେ। ମାଉସୀ ଝିଅ ମୌସୁମୀ ପ୍ରଧାନ ପ୍ରାୟ ସମୟରେ ତାଙ୍କ ସହ ରହୁଥିଲେ। ସୋମବାର ସକାଳେ ମୌସୁମୀ ସୁରେଖାଙ୍କୁ ବହୁଥର ଫୋନ୍‌ କରିଥିଲେ ବି ସେ ଉଠାଇ ନ ଥିଲେ। ତେଣୁ ସେ ଅପରାହ୍ନ ୨ଟାରେ ସୁରେଖା ରହୁଥିବା ଭଡ଼ାଘରକୁ ଆସିଥିଲେ। ଘର କବାଟ ଆଉଜା ହୋଇଥିଲା। ଘର ଭିତରେ ସୁରେଖା ମୃତ ଅବସ୍ଥାରେ ଖଟରେ ପଡ଼ିଥିବା ସେ ଦେଖିବା ପରେ ପଡ଼ୋଶୀଙ୍କୁ ବଡ଼ପାଟିରେ ଡାକିଥିଲେ। ପଡୋଶୀମାନେ ପହଞ୍ଚତ୍ବା ପରେ ଥାନାକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଭରତପୁର ଥାନା ପୋଲିସ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ଏଥିସହ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରୁ ବିଭିନ୍ନ ନମୁନା ସଂଗ୍ରହ କରିଥିଲା। ଏନେଇ ଥାନା ଅଧିକାରୀ ବିଶ୍ୱରଞ୍ଜନ ସାହୁ କହିଛନ୍ତି, ଯୁବତୀଙ୍କ ମୃତ୍ୟୁ କେମିତି ହୋଇଛି ତାହା କହିହେବ ନାହିଁ। ବିଭିନ୍ନ ଦିଗକୁ ନେଇ ଘଟଣାର ତଦନ୍ତ ଚାଲୁ ରହିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri