Posted inଜାତୀୟ

ପୁଣି ରାଜ୍ୟ ସଭାରୁ ଆଉଜଣେ ଏମପିଙ୍କର ଇସ୍ତଫା, ରାଜ୍ୟ ରାଜନୀତିରେ ଚହଳ

କୋଲକାତା,୮।୯: ପୁଣି ରାଜ୍ୟ ସଭାରୁ ଇସ୍ତଫା ଦେଲେ ଆଉଜଣେ ଏମପି। ଯାହାକୁ ନେଇ ରାଜ୍ୟ ରାଜନୀତିରେ ଚହଳ ପଡିଛି। ଆରଜି କର ହସ୍ପିଟାଲ ଘଟଣାକୁ ବିରୋଧ କରି ଟିଏମସି ରାଜ୍ୟ ସଭା ଏମପି ଜବାହର ସରକାର ଏମପି ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି।

ସେ ତାଙ୍କ ଚିଠିରେ ଲେଖିଛନ୍ତି ଯେ, ଆରଜି କର ହସ୍ପିଟାଲରେ ଘଟିଥିବା ଅତ୍ୟାଚାରକୁ ନେଇ ସରକାର ତୁରନ୍ତ କିଛି ବଡ ପଦକ୍ଷେପ ନେବେ ବୋଲି ସେ ଆଶା କରିଥିଲେ। କିନ୍ତୁ ସରକାର କୌଣସି ଠୋସ ପଦକ୍ଷେପ ନେଇ ନାହାଁନ୍ତି। ବର୍ତ୍ତମାନ ସେ ଯାହା ପଦକ୍ଷେପ ନେଇଛନ୍ତି, ତାହା ବହୁତ ବିଳମ୍ବ ହୋଇସାରିଛି । ବର୍ତ୍ତମାନ ରାଜ୍ୟରେ ଶାନ୍ତି ଫେରାଇ ଆଣିବା ସହ ଅପରାଧୀଙ୍କୁ କଠୋର ଦଣ୍ଡ ଦିଆଯିବା ଉଚିତ।

ସେ ଆହୁରି ମଧ୍ୟ କହିଛନ୍ତି, ଆରଜି କର ହସ୍ପିଟାଲରେ ଘଟିଥିବା ଭୟଙ୍କର ଘଟଣା ପରେ ମୁଁ ଅତ୍ୟନ୍ତ ଦୁଖିତ। ମୁଁ ଆଶା କରୁଥିଲି ମମତା ବାନାର୍ଜୀ ଏହି ଘଟଣାରେ ତାଙ୍କ ପୁରୁଣା ଢଙ୍ଗରେ ହସ୍ତକ୍ଷେପ କରିବେ, କିନ୍ତୁ ତାହା ହୋଇପାରିଲା ନାହିଁ। ,

ଅଗଷ୍ଟ ୨୦୨୧ରେ ତୃଣମୂଳ କଂଗ୍ରେସ ପୂର୍ବତନ ଅମଲାତନ୍ତ୍ର ଜବାହର ସରକାରଙ୍କୁ ରାଜ୍ୟ ସଭାକୁ ପଠାଇଥିଲା। ତାଙ୍କର କାର୍ଯ୍ୟକାଳ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ ଥିଲା। ପଶ୍ଚିମବଙ୍ଗରେ ୧୬ଟି ରାଜ୍ୟ ସଭା ଆସନ ଅଛି। ଏଥିରେ ଟିଏମସିରେ ୧୩ ଟି, ଭାଜପାର ୨ଟି, କଂଗ୍ରେସ ଏବଂ ସିପିଆଇ (ଏମ) ଗୋଟିଏ ଆସନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ସୋନମ ୱାଙ୍ଗଚୁକ, କହିଲେ- ସେଦିନ ରାତିରେ…

ନୂଆଦିଲ୍ଲୀ,୬।୮: NEET ପେପର ଲିକ ଘଟଣା ଏବଂ ଛାତ୍ରୀଛାତ୍ରଙ୍କ ପ୍ରତିବାଦକୁ ସମର୍ଥନ କରି ୨୬ ଦିନ ଧରି ଅନଶନ କରିଥିବା ପ୍ରସିଦ୍ଧ ପରିବେଶବିତ୍‌ ସୋନମ ୱାଙ୍ଗଚୁକ ନିଜର…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri