ଗୁଣିଗାରେଡ଼ି ସନ୍ଦେହରେ ପୁଣି ଏକ ହତ୍ୟାକାଣ୍ଡ: ଘଟଣାର ପର୍ଦ୍ଦାଫାଶ କଲା ପୋଲିସ, ୫ ଅଭିଯୁକ୍ତଙ୍କୁ…

ଲାଞ୍ଜିଗଡ଼,୪।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ମେରାଙ୍ଗପଦର ଗାଁରେ ଗୁଣିଗାରେଡ଼ି ସନ୍ଦେହରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ବେଳେ ୫ ଅଭିଯୁକ୍ତକୁ ଗୁରୁବାର କୋର୍ଟଚାଲାଣ କରିଛି ବିଶ୍ୱନାଥପୁର ପୋଲିସ । ଅଭିଯୁକ୍ତ ମାନେ ମେରାଙ୍ଗପଦର ଗାଁର ଘୁରୁଣା ମାଝୀ (୫୩), ପୁଷ୍ଟା ଓରଫ କୁଷ୍ଟା ମାଝୀ (୩୫), ସାନ୍ଦ୍ରୁ ମାଝୀ(୩୮), ଲଛମନ ମାଝୀ (୩୯), ରାଜୁ ମାଝୀ (୩୨) । ମାସକ ମଧ୍ୟରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଛି ତିନି ତିନିଟା ହତ୍ୟାକାଣ୍ଡ। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶନାଥପୁର ଥାନା ଅଞ୍ଚଳରେ ଘଟିଥିବା ଏସବୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ କରିଛି ବିଶ୍ୱନାଥପୁର ପୋଲିସ। ପୂର୍ବରୁ ଲାଞ୍ଜି ପଞ୍ଚାୟତ କାଣ୍ଡାମା ଓ ବେ ପଞ୍ଚାୟତ ମନସ୍ତରା ପରେ ଗତକାଲି କୁମଖାଲ ପଞ୍ଚାୟତ ଅନ୍ତର୍ଗତ ମେରାଙ୍ଗପଦର ଗାଁରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଥିବା ହତ୍ୟାକାଣ୍ଡରେ ମଧ୍ୟ ପୋଲିସକୁ ସଫଳତା ମିଳିଛି। ଏହି ଘଟଣାରେ ପୋଲିସ ମୃତଦେହ ଜବତ କରି ତଦନ୍ତ କରିବା ପରେ ଗୁରୁବାର ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ଗୁରୁବାର ବିଶ୍ୱନାଥପୁର ଥାନା ପରିସରରେ କଳାହାଣ୍ଡି ପୋଲିସ ପକ୍ଷରୁ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶୁଭ୍ରାଂଶୁ ଶେଖର ମିଶ୍ର ସୂଚନା ଦେଇଛନ୍ତି। ତାଙ୍କ ସହିତ କେସିଙ୍ଗା ଉପଖଣ୍ଡ ପୋଲିସ ଅଧିକାରୀ ସମ୍ବିତ କୁମାର ମାଝୀ, ବିଶନାଥପୁର ଥାନାଧିକାରୀ ତୁଳସୀରାମ ଶବର ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାନୁସାରେ ମେରାଙ୍ଗପଦର ଗାଁର ସାନ୍ଦୁ ମାଝୀ (୪୦) ଗତ ୩୦ ତାରିଖ ଶନିବାର ନିକଟସ୍ଥ ଖଜୁରଗୁଡ଼ା ଗାଁକୁ ନିଜ ସାଇକେଲ ସଜାଡ଼ିବାକୁ ଯାଇ ଘରକୁ ଫେରିନଥିଲେ। ଦୀର୍ଘ ଦିନ ଧରି ସେ ଘରକୁ ନ ଫେରିବାରୁ ତାଙ୍କ ସ୍ତ୍ରୀ ରାଜା ମାଝୀ ବିଶ୍ୱନାଥପୁର ଥାନାରେ ୩ ତାରିଖ ବୁଧବାର ଦିନ ଏକ ଲିଖିତ ଅଭିଯୋଗ କରିଥିଲେ। ଏପରିକି ଗୁଣିଗାରେଡ଼ି ସନ୍ଦେହରେ ତାଙ୍କ ସ୍ବାମୀକୁ ହତ୍ୟାକରି ଫିଙ୍ଗି ଦିଆଯାଇଥିବା ସେ ନିଜ ଅଭିଯୋଗରେ ଦର୍ଶାଇଥିଲେ। ଅଭିଯୋଗ ପାଇବା ପରେ କେସିଙ୍ଗା ଉପଖଣ୍ଡ ପୋଲିସ ଅଧିକାରୀ ମାଝୀଙ୍କ ନେତୃତ୍ୱରେ ବିଶ୍ୱନାଥପୁର ଥାନା ଅଧିକାରୀ ଶ୍ରୀ ଶବର, ଏଏସଆଇ ବୁଦ୍ଧିଶ୍ୟାମ ମାଝୀଙ୍କୁ ନେଇ ଏକ ଟିମ ଗଠନ କରାଯାଇଥିଲା। ଏହି ସ୍ବତନ୍ତ୍ର ଟିମ ମେରାଙ୍ଗପଦର ଗାଁକୁ ପହଞ୍ଚିବା ସହିତ ତଦନ୍ତ ଆରମ୍ଭ କରିଥିଲେ। ଏହାସହିତ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମର ସହାୟତା ନେଇଥିଲେ। ଆଖପାଖ ଅଞ୍ଚଳରେ ଖୋଜାଖୋଜି କରିବା ସହିତ ଏହି ମାମଲାରେ ପାଞ୍ଚଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ପଚରାଉଚରା କରିଥିଲା। ସେମାନଙ୍କ ଠାରୁ ସୂଚନା ପାଇ ମେରାଙ୍ଗପଦର ଜଙ୍ଗଲ ଭିତରେ ପୋତା ଯାଇଥିବା ଅବସ୍ଥାରେ ସାନ୍ଦୁଙ୍କ ଶବ ଠାବ କରାଯାଇଥିଲା। ଏହାପରେ ମାଜିଷ୍ଟ୍ରେଟ ଦାୟିତ୍ବରେ ଥିବା ଅତିରିକ୍ତ ତହସିଲଦାର ସନ୍ଦୀପ ତିର୍କିି ଉପସ୍ଥିତିରେ ମାଟି ଖୋଳି ଶବ ଉଦ୍ଧାର କରାଯାଇଥିଲା। ଅଭିଯୁକ୍ତମାନଙ୍କଠାରୁ ସୂଚନା ପାଇ ହତ୍ୟାକାଣ୍ଡରେ ବ୍ୟବହୃତ ଏକ ଧାରୁଆ ଛୁରୀକୁ ଜବତ କରିଥିଲା ପୁଲିସ। ଶବ ଉଦ୍ଧାର ଓ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାରେ ସଂପୃକ୍ତ ସେହି ଗାଁର ଘୁରୁଣା ମାଝୀ (୫୩), ପୁଷ୍ଟା ଓରଫ କୁଷ୍ଟା ମାଝୀ (୩୫), ସାନ୍ଦ୍ରୁ ମାଝୀ(୩୮), ଲଛମନ ମାଝୀ (୩୯), ରାଜୁ ମାଝୀ (୩୨)ଙ୍କୁ ଗିରଫ କରିଥିଲା। ପଚରାଉଚରା ପରେ ସେମାନେ ସାନ୍ଦୁଙ୍କୁ ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରିଥିବା ସ୍ବୀକାର କରିବା ପରେ ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା। କୋର୍ଟ ଜାମିନ ନାମଞ୍ଜୁର କରିବାରୁ ସେମାନଙ୍କୁ ଜେଲ ଯିବାକୁ ପଡିଛି। ଏନେଇ ବିଶ୍ୱନାଥପୁର ଥାନା କେସ ନଂ ୫୮/୨୫ରେ ମାମଲା ରୁଜୁ କରି ଧାରା ୧୦୩(୧)/୨୩୮/୬୧(୧)/୩(୫) ବିଏନଏସ ଅନୁଯାୟୀ ବିଶନାଥପୁର ଥାନାଧିକାରୀ ତଦନ୍ତ କରୁଛନ୍ତି। ତେବେ ମାସକ ମଧ୍ୟରେ ଗୁଣିଗାରେଡ଼ି ସନ୍ଦେହରେ ତିନୋଟି ହତ୍ୟାକାଣ୍ଡ ଘଟିବା ପରେ ପୋଲିସର ମୁଣ୍ଡବ୍ୟଥା ବଢିଯାଇଛି। ଆଗାମୀ ଦିନରେ ବିଶ୍ୱନାଥପୁର ଥାନା ଅଞ୍ଚଳରେ ପୋଲିସ ପ୍ରଶାସନ, ନିର୍ବାଚିତ ପ୍ରତିନିଧି, ସ୍ବେଛାସେବୀ ସଂସ୍ଥା, ସ୍ଥାନୀୟ ବୁଦ୍ଧିଜୀବୀ ଓ ଜନସାଧାରଣଙ୍କୁ ନେଇ ଗୁଣିଗାରେଡ଼ି ଭଳି ଅନ୍ଧବିଶ୍ବାସ ବିରୋଧରେ ଲୋକଙ୍କୁ ସଚେତନ କରିବାକୁ କଳାହାଣ୍ଡି ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯିବ ବୋଲି ଉପଖଣ୍ଡ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ପୋଲିସ ASIଙ୍କ ଆକସ୍ମିକ ମୃତ୍ୟୁ: କାନ୍ଦବୋବାଳିରେ ଫାଟୁଛି ଘର, ଶୋକାକୂଳ ପରିବେଶରେ ଗାଁରେ ହେଲା ଶେଷକୃତ୍ୟ

ଭବାନୀପାଟଣା,୩୧।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ବଳରାମପୁର ଗ୍ରାମର ଯୁବ ପୋଲିସ ASI ପରିତୋଷ ମିଶ୍ର(୩୯)ଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri