KIITରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା, ନିରପେକ୍ଷ ତଦନ୍ତ ହେଉ: ନେପାଳ ଦୂତାବାସ

ଭୁବନେଶ୍ୱର,୨।୫:କିଟ ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ଏପଟେ ନିରପେକ୍ଷ ତଦନ୍ତ ହେଉ ବୋଲି ନେପାଳ ଦୂତାବାସ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। କେନ୍ଦ୍ର ସରକାର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛୁ। କିଟ୍‌ ପ୍ରତିନିଧିଙ୍କୁ ଦୂତାବାସକୁ ଡାକି ଘଟଣା ସଂପର୍କରେ ପଚାରି ବୁଝିଛୁ।

ସେପଟେ ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ସେ ଟୁଇଟ୍‌ ଯୋଗେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଘଟଣାର ଯାଞ୍ଚ ପାଇଁ କହିଛନ୍ତି।
ନେପାଳ ବୈଦେଶିକ ମନ୍ତ୍ରୀ ନିଜ ଟୁଇଟ୍‌ରେ କହିଛନ୍ତି,ଓଡ଼ିଶାର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ନେପାଳୀ ଛାତ୍ରୀ ପ୍ରିସା ସାହଙ୍କ ତାଙ୍କ ହଷ୍ଟେଲ ରୁମ୍‌ରେ ମୃତଦେହ ମିଳିବା ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। ପ୍ରିସାଙ୍କ ଆତ୍ମାର ସଦ୍‌ଗତି କାମନା କରୁଛୁ। ଏହି ଦୁଃଖଦ ମୁହୂର୍ତ୍ତରେ ମୁଁ ତାଙ୍କ ପରିବାର ପ୍ରତି ମୋର ସମବେଦନା ଜଣାଉଛି।

ଘଟଣା ପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ତୁରନ୍ତ କୂଟନୈତିକ ପ୍ରୟାସ ଆରମ୍ଭ କରିଛି, ଭାରତ ସରକାର, ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀ ଏବଂ ଦିଲ୍ଲୀରେ ଥିବା ନେପାଳୀ ଦୂତାବାସ ସହିତ ସମନ୍ବୟ ରଖି ଘଟଣାର ସତ୍ୟତା ଏବଂ ତଥ୍ୟ ତଦନ୍ତ କରିଛି।

ସୂଚନାଯୋଗ୍ୟ, ଗୁରୁବାର କିଟ୍‌ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ। ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇଣ୍ଟରନ୍ୟାଶନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ ଗୁରୁତର ଅବହେଳା ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri