KIITରେ ପୁଣି ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା, ନିରପେକ୍ଷ ତଦନ୍ତ ହେଉ: ନେପାଳ ଦୂତାବାସ

ଭୁବନେଶ୍ୱର,୨।୫:କିଟ ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ଏପଟେ ନିରପେକ୍ଷ ତଦନ୍ତ ହେଉ ବୋଲି ନେପାଳ ଦୂତାବାସ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। କେନ୍ଦ୍ର ସରକାର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛୁ। କିଟ୍‌ ପ୍ରତିନିଧିଙ୍କୁ ଦୂତାବାସକୁ ଡାକି ଘଟଣା ସଂପର୍କରେ ପଚାରି ବୁଝିଛୁ।

ସେପଟେ ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ସେ ଟୁଇଟ୍‌ ଯୋଗେ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ଘଟଣାର ଯାଞ୍ଚ ପାଇଁ କହିଛନ୍ତି।
ନେପାଳ ବୈଦେଶିକ ମନ୍ତ୍ରୀ ନିଜ ଟୁଇଟ୍‌ରେ କହିଛନ୍ତି,ଓଡ଼ିଶାର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT) ବିଶ୍ୱବିଦ୍ୟାଳୟରେ ଅଧ୍ୟୟନରତ ନେପାଳୀ ଛାତ୍ରୀ ପ୍ରିସା ସାହଙ୍କ ତାଙ୍କ ହଷ୍ଟେଲ ରୁମ୍‌ରେ ମୃତଦେହ ମିଳିବା ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। ପ୍ରିସାଙ୍କ ଆତ୍ମାର ସଦ୍‌ଗତି କାମନା କରୁଛୁ। ଏହି ଦୁଃଖଦ ମୁହୂର୍ତ୍ତରେ ମୁଁ ତାଙ୍କ ପରିବାର ପ୍ରତି ମୋର ସମବେଦନା ଜଣାଉଛି।

ଘଟଣା ପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ତୁରନ୍ତ କୂଟନୈତିକ ପ୍ରୟାସ ଆରମ୍ଭ କରିଛି, ଭାରତ ସରକାର, ଓଡ଼ିଶା ସରକାରଙ୍କ ବରିଷ୍ଠ ଅଧିକାରୀ ଏବଂ ଦିଲ୍ଲୀରେ ଥିବା ନେପାଳୀ ଦୂତାବାସ ସହିତ ସମନ୍ବୟ ରଖି ଘଟଣାର ସତ୍ୟତା ଏବଂ ତଥ୍ୟ ତଦନ୍ତ କରିଛି।

ସୂଚନାଯୋଗ୍ୟ, ଗୁରୁବାର କିଟ୍‌ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ। ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇଣ୍ଟରନ୍ୟାଶନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ ଗୁରୁତର ଅବହେଳା ବୋଲି କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri