ୟୁକ୍ରେନ୍‌ ପାଇଁ ଆଉ ନୂଆ ଏକ ଚ୍ୟାଲେଞ୍ଜ

ସିଓଲ,୧୫।୧: ୟୁକ୍ରେନ୍‌ ବିରୋଧରେ ରୁଷିଆ ପାଖାପାଖି ୩ ବର୍ଷ ହେଲା ଯୁଦ୍ଧ ଚଳାଇଛି। ରୁଷିଆ ସେନାର ଆକ୍ରମଣ ସାମର୍ଥ୍ୟ ବଢ଼ାଇବା ପାଇଁ ଉତ୍ତର କୋରିଆ ସେନା ଯୁଦ୍ଧରେ ସାମିଲ ହୋଇଛନ୍ତି। ଶାସକ କିମ୍‌ ଜଙ୍ଗ୍‌ ଉନ୍‌ଙ୍କ ପାଇଁ ମରିବାକୁ ଥିବା ଉତ୍ତର କୋରିଆର ଆତ୍ମଘାତୀ ସୈନ୍ୟମାନେ ଏବେ ୟୁକ୍ରେନ୍‌ ପାଇଁ ନୂଆ ଚ୍ୟାଲେଞ୍ଜ ସୃଷ୍ଟି କରିଛନ୍ତି।
ଚଳିତ ସପ୍ତାହରେ ରୁଷିଆର ବରଫାବୃତ୍ତ କୁର୍କ୍ସରେ ଯୁଦ୍ଧ ପରେ ୟୁକ୍ରେନ୍‌ର ସ୍ବତନ୍ତ୍ର ବଳ ଉତ୍ତର କୋରିଆର ପ୍ରାୟ ୧୨ ଜଣ ଶତ୍ରୁ ସୈନ୍ୟଙ୍କ ମୃତଦେହ ପାଇଥିଲା। ସେମାନଙ୍କ ମଧ୍ୟରେ ଜଣେ ଜୀବିତ ସୈନ୍ୟ ମୃତ ଭଳି ପଡ଼ିରହିଥିଲେ। ୟୁକ୍ରେନ୍‌ ସୈନ୍ୟ ତାଙ୍କ ନିକଟରେ ପହଞ୍ଚିବା ପରେ ସେ ଏକ ଗ୍ରେନେଡ୍‌ ବିସ୍ଫୋରଣ ଘଟାଇଥିଲେ। ବିସ୍ଫୋରଣରୁ ୟୁକ୍ରେନ୍‌ ସୈନ୍ୟ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ଯୁଦ୍ଧକ୍ଷେତ୍ରରେ ଏଭଳି ଏକାଧିକ ଘଟଣା ଦେଖିବାକୁ ମିଳିଛି। ଉତ୍ତର କୋରିଆ ସୈନ୍ୟ ଏଭଳି କେତେକ ଚରମ ପଦକ୍ଷେପ ନେଉଥିବା ଗୋଇନ୍ଦା ରିପୋର୍ଟରୁ ଜଣାପଡ଼ିଛି।

ଉତ୍ତର କୋରିଆ ସୈନ୍ୟ ନିଜକୁ ବିସ୍ଫୋରଣ କରାଇ ଆତ୍ମହତ୍ୟା କରିବା ଘଟଣାକୁ କିମ୍‌ ନାମକ ଜଣେ ପୂର୍ବତନ ସୈନ୍ୟ ସ୍ବୀକାର କରିଛନ୍ତି। ସେ ୨୦୨୨ରେ ସୈନ୍ୟବାହିନୀ ଛାଡ଼ି ଦକ୍ଷିଣ କୋରିଆ ଚାଲିଯାଇଥିଲେ। ଉତ୍ତର କୋରିଆ ସୈନ୍ୟବାହିନୀରେ ସାମିଲ ହେଉଥିବା ଯବାନମାନଙ୍କୁ ଏଭଳି ପ୍ରଶିକ୍ଷଣ ଦିଆଯାଇ ଏଭଳି ପ୍ରଭାବିତ କରାଯାଇଥାଏ ଯେ, ସେମାନେ ଶାସକ କିମ୍‌ ଜଙ୍ଗ୍‌ ଉନ୍‌ଙ୍କ ପାଇଁ ବଳିଦାନ ଦେବାକୁ ପ୍ରସ୍ତୁତ ଥାଆନ୍ତି। ୟୁକ୍ରେନ୍‌ ଏବଂ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକର ଆକଳନ ଅନୁଯାୟୀ ଯୁଦ୍ଧରେ ରୁଷିଆକୁ ସହାୟତା କରିବା ପାଇଁ ଉତ୍ତର କୋରିଆ କୁର୍କ୍ସ ଅଞ୍ଚଳରେ ୧୧ ହଜାର ସୈନ୍ୟ ନିୟୋଜିତ କରିଛି। ୟୁକ୍ରେନ୍‌ ସୈନ୍ୟଙ୍କ ଆକ୍ରମଣରେ ସେମାନଙ୍କ ମଧ୍ୟରୁ ୩,୦୦୦ରୁ ଊର୍ଦ୍ଧ୍ୱ ମୃତାହତ ହେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

ଭୟଙ୍କର ହତ୍ୟାକାଣ୍ଡ….ପ୍ରେମିକ ପାଇଁ ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା, ପୂର୍ବରୁ ବିଲ୍ଡିଂରୁ ଠେଲି ଦେଇଥିଲେ

ହାଇଦ୍ରାବାଦ,୭।୭: ତେଲେଙ୍ଗାନାର ନିଜାମାବାଦରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମ ସମ୍ପର୍କ ଯୋଗୁଁ ତାଙ୍କ ସ୍ୱାମୀଙ୍କୁ ହତ୍ୟା କରିଛନ୍ତି । ହତ୍ୟାର ପଦ୍ଧତି…

କାହିଁକି ଫୋନ୍‌ ଉଠାନ୍ତି ନାହିଁ ଧୋନୀ: ଜନ୍ମଦିନରେ ଜାଣନ୍ତୁ ‘କ୍ୟାପ୍ଟେନ କୁଲ’ଙ୍କ ବିଷୟରେ ୭ ଅଜଣା କଥା

ନୂଆଦିଲ୍ଲୀ,୭।୭: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଆଜି ୪୫ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କୁ ବିଶ୍ୱର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରେ ଗଣନା କରାଯାଏ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri