ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ କରୁଥିବା ଏକ ଟ୍ରେନ ଆଶା ପୂରଣ କରିଛନ୍ତି। ପୁଣି ଏକ ନୂତନ ଟ୍ରେନ ପଶ୍ଚିମ ଓଡ଼ିଶାବାସୀଙ୍କୁ ବିଶାଖାପାଟଣାରୁ ନ୍ୟୁ ଦିଲ୍ଲୀକୁ ମଞ୍ଜୁର କରିଥିବାରୁ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ନୂତନ ଟ୍ରେନ ବିଶାଖାପାଟଣା ଭାୟା ବିଜୟ ନଗର ଦେଇ ରାୟଗଡ଼ା, ମୁନିଗୁଡା, କେସିଙ୍ଗା, ଟିଟିଲାଗଡ, ବଲାଙ୍ଗୀର,ବରଗଡ଼, ସମ୍ବଲପୁର, ଝାରସୁଗୁଡା, ବିଳାଶପୁର, କଟନୀ ଦେଇ ପ୍ରସିଦ୍ଧ ତୀର୍ଥସ୍ଥଳ ପ୍ରୟାଗରାଜ ଦେଇ ଦିଲ୍ଲୀକୁ ଆସନ୍ତା ୨୨ରେ ଚଳାଇବା ପାଇଁ ରେଳ ବିଭାଗ ବିଭାଗ ସୂଚନା ଦେଇଛନ୍ତି।

ଏହି ଟ୍ରେନରେ ୧୮ଟି ବଗି ରହିଛି। ଆସନ୍ତା ୨୬ତାରିଖରେ ଏହି ଟ୍ରେନଟି ନ୍ୟୁ ଦିଲ୍ଲୀରୁ ବାହାରି କେସିଙ୍ଗାକୁ ସକାଳ ୭.୨୮ ମିନିଟରେ ପହଞ୍ଚତ୍ବ ଓ ବିଶାଖାପାଟଣାକୁ ଅପରାହ୍ନ ୧ଟା ରେ ପହଂଚିବ। ବିଶାଖାପାଟଣା ନ୍ୟୁ ଦିଲ୍ଲୀ ଟ୍ରେନ (ନ. ୦୮୫୧୭) ନ୍ୟୁ ଦିଲ୍ଲୀ ଟ୍ରେନ (ନ .୮୫୧୮) ଏହି ଟ୍ରେନ ଚଳିତ ମାସ ୨୨ରୁ ବିଶାଖାପାଟଣା ପୂର୍ବାହ୍ନ ୧୦.୧୭ଟାରେ ଛାଡିବ। ନ୍ୟୁ ଦିଲ୍ଲୀରୁ ଏହି ଟ୍ରେନ ଚଳିତମାସ ୨୬ ତାରିଖରୁ ବାହାରିବ ୧ ଟାରେ ଛାଡିବ। ଏହି ଟ୍ରେନ ଚାଲିବା ଦ୍ୱାରା ସମଗ୍ର ଆନ୍ଦ୍ର ପ୍ରଦେଶ, ପଶ୍ଚିମ ଓଡିଶା, ଉତ୍ତରପ୍ରଦେଶ ଲୋକମାନେ ପିଣ୍ଡଦାନ କାର୍ଯ୍ୟକ୍ରମ ସୂଚାରୁ ରୂପେ କରି ପାରିବେ। ଯାତ୍ରୀମାନେ ପ୍ରସିଦ୍ଧ ପ୍ରୟାଗରାଜକୁ ଦର୍ଶନ କରିବାରେ ସୁବିଧା ହୋଇପାରିବ। ତେଣୁ କଳାହାଣ୍ଡି ଏମ୍‌ପି ମାଳବିକା ଦେବୀ ଓ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ କଳାହାଣ୍ଡି ରେଳ ଯାତ୍ରୀ ସଂଘ ବହୁତ ଧନ୍ୟବାଦ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri