Posted inଜାତୀୟ

ଆଖି ବୁଜିଲେ ଆଉ ଜଣେ ନିର୍ଭୟା

ମୁମ୍ବାଇ, ୧୨।୯: ମୁମ୍ବାଇର ସାକିନାକା ଅଞ୍ଚଳରେ ଦିଲ୍ଲୀ ନିର୍ଭୟା ଘଟଣାର ପୁନରାବୃତ୍ତି ଘଟିଛି। ଶୁକ୍ରବାର ଭୋର୍‌ ସମୟରେ ଜଣେ ୩୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର କରାଯିବା ପରେ ତାଙ୍କ ଗୁପ୍ତାଙ୍ଗରେ ଲୁହା ରଡ୍‌ ପୂରାଇ ଦିଆଯାଇଥିଲା। ହସ୍ପିଟାଲରେ ୩୬ ଘଣ୍ଟା ଧରି ମୃତ୍ୟୁ ସହ ଲଢ଼ିବା ପରେ ପୀଡ଼ିତା ଆଖି ବୁଜିଛନ୍ତି। ସିସିଟିଭି ଫୁଟେଜ୍‌ ସହାୟତାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏହି ଘଟଣା ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଓ ବୀଭତ୍ସ ହତ୍ୟା ଘଟଣାକୁ ମନେ ପକାଇଦେଉଛି।
ମୁମ୍ବାଇର ସାକିନାକା ଅଞ୍ଚଳର ଚାନ୍ଦିଭିଲି ଷ୍ଟୁଡିଓ ନିକଟରେ ଡ୍ୟୁଟିରେ ଥିବା ଜଣେ ସୁରକ୍ଷା କର୍ମୀ ଶୁକ୍ରବାର ଭୋର ୩ଟା ୧୫ ସମୟରେ ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କରି ଜଣେ ମହିଳାଙ୍କୁ ନିର୍ଘାତ ମାଡ଼ ମରାଯାଉଥିବା ସମ୍ପର୍କରେ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଏକ ଟେମ୍ପୋରୁ ମହିଳାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ରାଜାଓ୍ବାଡ଼ି ହସ୍ପିଟାଲକୁ ନେଇଥିଲା। ଏକାଧିକ ଅସ୍ତ୍ରୋପଚାର ସତ୍ତ୍ୱେ ପୀଡ଼ିତାଙ୍କର ମୃତ୍ୟୁ ଘଟିଥିବା ଡିସିପି ମହେଶ୍ୱର ରେଡ୍ଡୀ କହିଛନ୍ତି। ଗିରଫ ଅଭିଯୁକ୍ତ ମୋହନ ଚୌହାନ (୪୫) ଜଣେ ଡ୍ରାଇଭର। ତାଙ୍କ ବିରୋଧରେ ହତ୍ୟା, ବଳାତ୍କାର, ଅପ୍ରାକୃତିକ ଅପରାଧ ଓ ଯୌନ ନିର୍ଯାତନା ନେଇ ଆଇପିସିର ବିଭିନ୍ନ ଦଫାରେ ମାମଲା ରୁଜୁ ହୋଇଛି। ପ୍ରାଥମିକ ତଦନ୍ତରୁ ଅପରାଧ ସହ ଅଧିକ ବ୍ୟକ୍ତି ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିଲା। ତେବେ ସବୁକିଛି ଅନୁଧ୍ୟାନ କରିବା ପରେ ଅପରାଧରେ ଜଣେ ବ୍ୟକ୍ତି ସମ୍ପୃକ୍ତ ବୋଲି ପୋଲିସ କହିଛି। ମୋହନଙ୍କୁ କୋର୍ଟରେ ହାଜର କରାଯିବା ପରେ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ତାଙ୍କୁ ପୋଲିସ ହାଜତକୁ ପଠାଇ ଦିଆଯାଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଘଟଣାକୁ ଲଜ୍ଜାଜନକ ଓ ଅତ୍ୟନ୍ତ ନିନ୍ଦନୀୟ ବୋଲି କହିବା ସହ ଅଭିଯୁକ୍ତଙ୍କ ବିରୋଧରେ କଠୋରତମ ଦଣ୍ଡବିଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ମାମଲାର ବିଚାର ଫାଷ୍ଟ ଟ୍ରାକ୍‌ କୋର୍ଟରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି।
ସୂଚନାଥାଉ କି ୨୦୧୨ରେ ଦିଲ୍ଲୀର ଜଣେ ପାରାମେଡିକ୍‌ ଛାତ୍ରୀ (ନିର୍ଭୟା)ଙ୍କୁ ଗଣବଳାତ୍କାର ପରେ ଅପରାଧୀମାନେ ତାଙ୍କୁ ବୀଭତ୍ସ ଆକ୍ରମଣ କରି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତାରେ ଫିଙ୍ଗି ଦେଇଥିଲେ। ୧୫ ଦିନର ଚିକିତ୍ସା ପରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାର ୪ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଇଥିଲା।
ସର୍ବୋଚ୍ଚ ଦଣ୍ଡବିଧାନ କରାଗଲେ ଏଭଳି ଜଘନ୍ୟ ଅପରାଧ ଘଟିବ ନାହିଁ ବୋଲି ବିଶ୍ୱାସ କରାଯାଉଥିଲା। ଏହା ସତ୍ତ୍ୱେ ଏଭଳି ଘଟଣା ପୁଣି ଥରେ ଦେଶବ୍ୟାପୀ ଆଲୋଡ଼ନ ସୃଷ୍ଟି କରିଛି। ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା ଶର୍ମା ଘଟଣାକୁ ଗୁରୁତର ସହ ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପୋଲିସକୁ କହିଛନ୍ତି। ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଉକ୍ତ ଘଟଣାରେ ମର୍ମାହତ ବୋଲି କହିବା ସହ ଅପରାଧୀଙ୍କୁ ଫାଶୀ ଦେବା ପାଇଁ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?