Posted inଜାତୀୟ

ଆଖି ବୁଜିଲେ ଆଉ ଜଣେ ନିର୍ଭୟା

ମୁମ୍ବାଇ, ୧୨।୯: ମୁମ୍ବାଇର ସାକିନାକା ଅଞ୍ଚଳରେ ଦିଲ୍ଲୀ ନିର୍ଭୟା ଘଟଣାର ପୁନରାବୃତ୍ତି ଘଟିଛି। ଶୁକ୍ରବାର ଭୋର୍‌ ସମୟରେ ଜଣେ ୩୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର କରାଯିବା ପରେ ତାଙ୍କ ଗୁପ୍ତାଙ୍ଗରେ ଲୁହା ରଡ୍‌ ପୂରାଇ ଦିଆଯାଇଥିଲା। ହସ୍ପିଟାଲରେ ୩୬ ଘଣ୍ଟା ଧରି ମୃତ୍ୟୁ ସହ ଲଢ଼ିବା ପରେ ପୀଡ଼ିତା ଆଖି ବୁଜିଛନ୍ତି। ସିସିଟିଭି ଫୁଟେଜ୍‌ ସହାୟତାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏହି ଘଟଣା ଦିଲ୍ଲୀର ନିର୍ଭୟା ଗଣବଳାତ୍କାର ଓ ବୀଭତ୍ସ ହତ୍ୟା ଘଟଣାକୁ ମନେ ପକାଇଦେଉଛି।
ମୁମ୍ବାଇର ସାକିନାକା ଅଞ୍ଚଳର ଚାନ୍ଦିଭିଲି ଷ୍ଟୁଡିଓ ନିକଟରେ ଡ୍ୟୁଟିରେ ଥିବା ଜଣେ ସୁରକ୍ଷା କର୍ମୀ ଶୁକ୍ରବାର ଭୋର ୩ଟା ୧୫ ସମୟରେ ପୋଲିସ କଣ୍ଟ୍ରୋଲ ରୁମ୍‌କୁ ଫୋନ୍‌ କରି ଜଣେ ମହିଳାଙ୍କୁ ନିର୍ଘାତ ମାଡ଼ ମରାଯାଉଥିବା ସମ୍ପର୍କରେ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଏକ ଟେମ୍ପୋରୁ ମହିଳାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ରାଜାଓ୍ବାଡ଼ି ହସ୍ପିଟାଲକୁ ନେଇଥିଲା। ଏକାଧିକ ଅସ୍ତ୍ରୋପଚାର ସତ୍ତ୍ୱେ ପୀଡ଼ିତାଙ୍କର ମୃତ୍ୟୁ ଘଟିଥିବା ଡିସିପି ମହେଶ୍ୱର ରେଡ୍ଡୀ କହିଛନ୍ତି। ଗିରଫ ଅଭିଯୁକ୍ତ ମୋହନ ଚୌହାନ (୪୫) ଜଣେ ଡ୍ରାଇଭର। ତାଙ୍କ ବିରୋଧରେ ହତ୍ୟା, ବଳାତ୍କାର, ଅପ୍ରାକୃତିକ ଅପରାଧ ଓ ଯୌନ ନିର୍ଯାତନା ନେଇ ଆଇପିସିର ବିଭିନ୍ନ ଦଫାରେ ମାମଲା ରୁଜୁ ହୋଇଛି। ପ୍ରାଥମିକ ତଦନ୍ତରୁ ଅପରାଧ ସହ ଅଧିକ ବ୍ୟକ୍ତି ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଥିଲା। ତେବେ ସବୁକିଛି ଅନୁଧ୍ୟାନ କରିବା ପରେ ଅପରାଧରେ ଜଣେ ବ୍ୟକ୍ତି ସମ୍ପୃକ୍ତ ବୋଲି ପୋଲିସ କହିଛି। ମୋହନଙ୍କୁ କୋର୍ଟରେ ହାଜର କରାଯିବା ପରେ ସେପ୍ଟେମ୍ବର ୨୧ ପର୍ଯ୍ୟନ୍ତ ତାଙ୍କୁ ପୋଲିସ ହାଜତକୁ ପଠାଇ ଦିଆଯାଇଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଘଟଣାକୁ ଲଜ୍ଜାଜନକ ଓ ଅତ୍ୟନ୍ତ ନିନ୍ଦନୀୟ ବୋଲି କହିବା ସହ ଅଭିଯୁକ୍ତଙ୍କ ବିରୋଧରେ କଠୋରତମ ଦଣ୍ଡବିଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ମାମଲାର ବିଚାର ଫାଷ୍ଟ ଟ୍ରାକ୍‌ କୋର୍ଟରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି।
ସୂଚନାଥାଉ କି ୨୦୧୨ରେ ଦିଲ୍ଲୀର ଜଣେ ପାରାମେଡିକ୍‌ ଛାତ୍ରୀ (ନିର୍ଭୟା)ଙ୍କୁ ଗଣବଳାତ୍କାର ପରେ ଅପରାଧୀମାନେ ତାଙ୍କୁ ବୀଭତ୍ସ ଆକ୍ରମଣ କରି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତାରେ ଫିଙ୍ଗି ଦେଇଥିଲେ। ୧୫ ଦିନର ଚିକିତ୍ସା ପରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାର ୪ ଅଭିଯୁକ୍ତଙ୍କୁ ଫାଶୀ ଦିଆଯାଇଥିଲା।
ସର୍ବୋଚ୍ଚ ଦଣ୍ଡବିଧାନ କରାଗଲେ ଏଭଳି ଜଘନ୍ୟ ଅପରାଧ ଘଟିବ ନାହିଁ ବୋଲି ବିଶ୍ୱାସ କରାଯାଉଥିଲା। ଏହା ସତ୍ତ୍ୱେ ଏଭଳି ଘଟଣା ପୁଣି ଥରେ ଦେଶବ୍ୟାପୀ ଆଲୋଡ଼ନ ସୃଷ୍ଟି କରିଛି। ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା ରେଖା ଶର୍ମା ଘଟଣାକୁ ଗୁରୁତର ସହ ନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପୋଲିସକୁ କହିଛନ୍ତି। ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ଉକ୍ତ ଘଟଣାରେ ମର୍ମାହତ ବୋଲି କହିବା ସହ ଅପରାଧୀଙ୍କୁ ଫାଶୀ ଦେବା ପାଇଁ ଦାବି କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଗରିବ ହୋଇ ରହିବୁ

ଚଳିତ ସପ୍ତାହରେ ଏକ ବିଦେଶୀ ଗଣମାଧ୍ୟମ ମୋର ସାକ୍ଷାତ୍‌କାର ନେଇଥିଲା। ଏହା ଶେଷ ହେବା ପରେ ସାକ୍ଷାତ୍‌କାର ନେଇଥିବା ଖବରଦାତା କହିଥିଲେ, ଭାରତର ସ୍ଥିତି ଏଭଳି ହୋଇଛି…

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri