ଚର୍ଚ୍ଚାରେ ଓଡ଼ିଶାର ଆଉଜଣେ ସାରଥୀ: ଅଫିସ ସାଜିଥିଲା ବେଡ୍ ରୁମ୍, ଯୌନ ନିର୍ଯାତନା ଅଭିଯୋଗ ପରେ ଫେରାର

ନୂଆଦିଲ୍ଲୀ,୨୫।୯: ନୂଆଦିଲ୍ଲୀର ଶ୍ରୀ ଶାରଦା ଇନଷ୍ଟିଟ୍ୟୁଟ୍‌ ଅଫ୍‌ ଇଣ୍ଡିଆନ ମ୍ୟାନେଜମେଣ୍ଟର ନିର୍ଦେଶକ ସ୍ୱାମୀ ଚୈତନ୍ୟାନନ୍ଦ ସରସ୍ୱତୀ (ପାର୍ଥ ସାରଥୀ) ବିରୋଧରେ ୧୭ ଜଣ ଛାତ୍ରୀ ଯୌନ ନିର୍ଯାତନ, ଅଶୋଭନୀୟ ମେସେଜ୍‌ ଓ ଧମକ ଅଭିଯୋଗ କରିଛନ୍ତି। ଓଡ଼ିଶାରେ ଜନ୍ମିତ ୫୨ ବର୍ଷୀୟ ଏହି ଆଧ୍ୟାତ୍ମିକ ନେତା ଛାତ୍ରୀମାନଙ୍କୁ “ବେବୀ”, “ଆଇ ଲଭ ୟୁ” ଭଳି ମେସେଜ୍‌ ପଠାଇଥିବା ଓ ଅନୁଚିତ ଆଚରଣ କରିଥିବା ଅଭିଯୋଗ ହୋଇଛି।

ତାଙ୍କ ଅଫିସକୁ “ନିର୍ଯାତନ କକ୍ଷ” ଭାବେ ବ୍ୟବହାର କରାଯାଉଥିବା ଓ ଛାତ୍ରୀମାନଙ୍କ ମୂଳ ପ୍ରମାଣପତ୍ର ଜବତ କରି ସେମାନଙ୍କୁ ନୀରବ ରହିବାକୁ ବାଧ୍ୟ କରାଯାଉଥିବା ତଦନ୍ତରୁ ଜଣାପଡ଼ିଛି। ହରିଦ୍ୱାର ଗସ୍ତ ଓ ଧାର୍ମିକ ଅନୁଷ୍ଠାନ ନାଁରେ ଛାତ୍ରୀମାନଙ୍କୁ ନିର୍ଯାତନ କରାଯାଇଥିବା ଅଭିଯୋଗ ରହିଛି। ଇନଷ୍ଟିଟ୍ୟୁଟର ଡିନ୍‌ ଓ ଦୁଇ ମହିଳା କର୍ମଚାରୀ ମଧ୍ୟ ଏଥିରେ ସାମିଲ ଥିବା ଜଣାପଡ଼ିଛି।

ଅଗଷ୍ଟ ୨୦୨୫ରେ ଡିଫେନ୍ସ କଲୋନୀ ଥାନାରେ ଏଫଆଇଆର ଦାୟର ହୋଇଛି। ୩୦୦ ପୃଷ୍ଠାରୁ ଅଧିକ ପ୍ରମାଣ ଓ ଛାତ୍ରୀମାନଙ୍କ ବୟାନ ଆଧାରରେ ଅନ୍ୟ ଏକ ଏଫଆଇଆର ମଧ୍ୟ ରୁଜୁ ହୋଇଛି। ସରସ୍ୱତୀ ବର୍ତମାନ ଫେରାର ଅଛନ୍ତି। ଦିଲ୍ଲୀ ପୁଲିସ ତାଙ୍କୁ ଖୋଜିବା ପାଇଁ ବିଭିନ୍ନ ରାଜ୍ୟରେ ଚଢ଼ାଉ କରୁଛି ଓ ଲୁକଆଉଟ ସର୍କୁଲାର ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧଦେବ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri