ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍‌ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି। ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣଙ୍କ ୟୁଏଇ ଫେରନ୍ତା ବୋଲି ଜଣାପଡିଛି। ରାଜ୍ୟରେ ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି।