ଆସିପାରେ ଆଉ ଏକ ପ୍ୟାକେଜ

ନୂଆଦିଲ୍ଲୀ,୮।୯ : କରୋନା ଯୋଗୁ ଲୋକମାନେ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ସ୍ଥିତିରେ ସରକାର ଆଉ ଏକ ପ୍ୟାଜେକ ଲୋକଙ୍କ ଲାଗି ଆଣିପାରନ୍ତି ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଅଣ ବେତନଭୋଗୀ ମଧ୍ୟବିତ୍ତ ପରିବାର ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ଉପରେ ଏହି ପ୍ୟାକେଜରେ ଫୋକସ କରାଯିବ ବୋଲି କୁହାଯାଉଛି। ମଧ୍ୟବିତ ପରିବାର କରୋନା ଯୋଗୁ ନାହିଁ ନ ଥିବା ଅସୁବିଧା ସାମ୍ନା କରିଥିବା ସରକାରଙ୍କ ନଜରକୁ ଆସିଛି। ଏହା ପୂର୍ବରୁ ସରକାର ମେ ମାସରେ ୨୦ ଲକ୍ଷ ଟଙ୍କାର ଆତ୍ମନିର୍ଭର ପ୍ୟାକେଜ ଘୋଷଣା କରିଛନ୍ତି। ଦ୍ୱିତୀୟ ତ୍ରୈମାସରେ ଦେଶର ଅର୍ଥ ବ୍ୟବସ୍ଥାରେ ସୁଧାର ଆସିବ ବୋଲି ସରକାର ଅନୁମାନ ଲଗାଇଥିଲେ। ହେଲେ ବର୍ତ୍ତମାନ ଅର୍ଥ ବ୍ୟବସ୍ଥା ଟ୍ରାକ୍‌କୁ ଫେରି ପାରିନାହିଁ। ଧୀରେ ଧୀରେ ସାରା ଦେଶରେ ଲକ୍‌ଡାଉନ ହଟିଥିଲେ ମଧ୍ୟ ସବୁ କିଛି ଠିକ୍‌ ହେଲା ଭଳି ବର୍ତ୍ତମାନ ପ୍ରତୀୟମାନ ହେଉ ନ ଥିବା ସରକାର ଉପଲବ୍ଧି କରିଛନ୍ତି।
ଅଗଷ୍ଟରେ ପରଚେଜିଂ ମ୍ୟାନେଜର୍ସ ଇଣ୍ଡେକ୍ସ(ପିଏମ୍‌ଆଇ) ୫୨% ସ୍ତରରେ ରହିଛି। ମାନୁଫାକଚରିଂ କ୍ଷେତ୍ରରେ ଧୀରେ ଧୀରେ ସୁଧାର ଆସୁଥିବା ଏଥିରୁ ଅନୁମାନ ଲଗାଯାଇପାରେ। ମାତ୍ର ଦେଶର ଜିଡିପିରେ -୨୩.୯% ହ୍ରାସ ସରକାରଙ୍କ ଚିନ୍ତାକୁ ବଢାଇ ଦେଇଛି। ଏପଟେ କରୋନା ସଂକ୍ରମଣ କମୁ ନ ଥିବା ଯୋଗୁ ଏହା ଅସୁବିଧାକୁ ବଢାଉଛି। ନୂଆ ବ୍ୟବସ୍ଥା ଦ୍ୱାରା ବଜାରରେ ଚାହିଦା ବଢାଇବା ସହ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି ସରକାର ଯୋଜନା ରଖିଛନ୍ତି। ପ୍ୟାକେଜ ଆସିଲେ କ୍ଷୁଦ୍ର ବ୍ୟବସାୟ ଏବଂ ମଧ୍ୟବିତ୍ତ ପରିବାରକୁ ଲାଭ ମିଳିବ। ହେଲେ ସରକାର କିଭଳି ପଦକ୍ଷେପ ହାତକୁ ନେଉଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri