ଆସିପାରେ ଆଉ ଏକ ପ୍ୟାକେଜ

ନୂଆଦିଲ୍ଲୀ,୮।୯ : କରୋନା ଯୋଗୁ ଲୋକମାନେ ବର୍ତ୍ତମାନ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ଏଭଳି ସ୍ଥିତିରେ ସରକାର ଆଉ ଏକ ପ୍ୟାଜେକ ଲୋକଙ୍କ ଲାଗି ଆଣିପାରନ୍ତି ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି। ଅଣ ବେତନଭୋଗୀ ମଧ୍ୟବିତ୍ତ ପରିବାର ଏବଂ କ୍ଷୁଦ୍ର ବ୍ୟବସାୟୀଙ୍କ ଉପରେ ଏହି ପ୍ୟାକେଜରେ ଫୋକସ କରାଯିବ ବୋଲି କୁହାଯାଉଛି। ମଧ୍ୟବିତ ପରିବାର କରୋନା ଯୋଗୁ ନାହିଁ ନ ଥିବା ଅସୁବିଧା ସାମ୍ନା କରିଥିବା ସରକାରଙ୍କ ନଜରକୁ ଆସିଛି। ଏହା ପୂର୍ବରୁ ସରକାର ମେ ମାସରେ ୨୦ ଲକ୍ଷ ଟଙ୍କାର ଆତ୍ମନିର୍ଭର ପ୍ୟାକେଜ ଘୋଷଣା କରିଛନ୍ତି। ଦ୍ୱିତୀୟ ତ୍ରୈମାସରେ ଦେଶର ଅର୍ଥ ବ୍ୟବସ୍ଥାରେ ସୁଧାର ଆସିବ ବୋଲି ସରକାର ଅନୁମାନ ଲଗାଇଥିଲେ। ହେଲେ ବର୍ତ୍ତମାନ ଅର୍ଥ ବ୍ୟବସ୍ଥା ଟ୍ରାକ୍‌କୁ ଫେରି ପାରିନାହିଁ। ଧୀରେ ଧୀରେ ସାରା ଦେଶରେ ଲକ୍‌ଡାଉନ ହଟିଥିଲେ ମଧ୍ୟ ସବୁ କିଛି ଠିକ୍‌ ହେଲା ଭଳି ବର୍ତ୍ତମାନ ପ୍ରତୀୟମାନ ହେଉ ନ ଥିବା ସରକାର ଉପଲବ୍ଧି କରିଛନ୍ତି।
ଅଗଷ୍ଟରେ ପରଚେଜିଂ ମ୍ୟାନେଜର୍ସ ଇଣ୍ଡେକ୍ସ(ପିଏମ୍‌ଆଇ) ୫୨% ସ୍ତରରେ ରହିଛି। ମାନୁଫାକଚରିଂ କ୍ଷେତ୍ରରେ ଧୀରେ ଧୀରେ ସୁଧାର ଆସୁଥିବା ଏଥିରୁ ଅନୁମାନ ଲଗାଯାଇପାରେ। ମାତ୍ର ଦେଶର ଜିଡିପିରେ -୨୩.୯% ହ୍ରାସ ସରକାରଙ୍କ ଚିନ୍ତାକୁ ବଢାଇ ଦେଇଛି। ଏପଟେ କରୋନା ସଂକ୍ରମଣ କମୁ ନ ଥିବା ଯୋଗୁ ଏହା ଅସୁବିଧାକୁ ବଢାଉଛି। ନୂଆ ବ୍ୟବସ୍ଥା ଦ୍ୱାରା ବଜାରରେ ଚାହିଦା ବଢାଇବା ସହ ଲୋକଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ଲାଗି ସରକାର ଯୋଜନା ରଖିଛନ୍ତି। ପ୍ୟାକେଜ ଆସିଲେ କ୍ଷୁଦ୍ର ବ୍ୟବସାୟ ଏବଂ ମଧ୍ୟବିତ୍ତ ପରିବାରକୁ ଲାଭ ମିଳିବ। ହେଲେ ସରକାର କିଭଳି ପଦକ୍ଷେପ ହାତକୁ ନେଉଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

ଖୁବଶୀଘ୍ର ମୁକେଶ ଅମ୍ବାନୀଙ୍କ ଦୁନିଆରେ ଜୀବନ ବିତାଇବେ ଆପଣ, ଜାଣନ୍ତୁ କାରଣ

ମୁମ୍ବାଇ,୨୪ା୪: ଭାରତରେ ଏକ ବଡ ସଂଖ୍ୟକ ଲୋକେ ସେମାନଙ୍କର ଦୈନନ୍ଦିନ ଜୀବନ ଖୁବ ଶୀଘ୍ର ଭାରତର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଦ୍ୱାରା ପରିଚାଳିତ...

କୋଟାକ୍ ମହିନ୍ଦ୍ରା ବ୍ୟାଙ୍କ ଉପରେ କଟକଣା ଲଗାଇଲା ଆରବିଆଇ: ନୂଆ ଗ୍ରାହକ ଯୋଡ଼ିବା, କ୍ରେଡିଟ୍ କାର୍ଡ ଦେବା ଉପରେ ଲାଗିଲା ରୋକ

ମୁମ୍ବାଇ,୨୨ା୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ) ବୁଧବାର ମହିନ୍ଦ୍ରା ବଡ଼ କଟକଣା ଲଗାଇଛନ୍ତି। କଟକଣା ଲାଗିବା ପରେ ବ୍ୟାଙ୍କ ଏବେ ଅନଲାଇନ୍, ମୋବାଇଲ ବ୍ୟାଙ୍କିଙ୍ଗ ମାଧ୍ୟମରେ ଆଉ...

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri