ଇକ୍‌ମୋ ଚିକିତ୍ସାଧୀନ ଅବସ୍ଥାରେ ଏସ୍‌ସିବିରେ ଆଉ ଜଣଙ୍କର ମୃତ୍ୟୁ

କଟକ ଅଫିସ, ୧।୧୦: ଏସ୍‌ସିବି ମେଡିକାଲର ଇକ୍‌ମୋ ୟୁନିଟ୍‌ରେ ଚିକିତ୍ସାଧୀନ ଥିବା ଆଉ ଜଣେ ରୋଗୀଙ୍କର ଶୁକ୍ରବାର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହୃଦ୍‌ଘାତରେ ଶିକାର ହେବା ପରେ ଇକ୍‌ମୋ ୟୁନିଟ୍‌ରେ ଭର୍ତ୍ତି ହୋଇଥିଲେ। ତେବେ ସକାଳେ ତାଙ୍କର ମୃତ୍ୟୁ ଘଟିଛି। ସେ ଏସସିବିର ନ୍ୟୁରୋଲୋଜି ବିଭାଗର ଏଚ୍‌ଓଡି ପ୍ରଫେସର ଅଶୋକ ମଲ୍ଲିକଙ୍କ ପୁଅ । ଏସ୍‌ସିବିର ଜରୁରୀକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି, ତାଙ୍କର ଏକାଧିକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ କାମ କରିବା ବନ୍ଦ କରି ଦେଇଥିଲା। ଏହାସହ ଫୁସଫୁସ ଜିନିତ ସମସ୍ୟା ମଧ୍ୟ ଥିଲା। ୨୪ ତାରିଖରେ ସେ ଇକ୍‌ମୋ ୟୁନିଟ୍‌ରେ ଭର୍ତ୍ତି ହୋଇଥିଲେ। ଡାକ୍ତରମାନଙ୍କର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କ ଉପରେ ୨୪ ଘଣ୍ଟା ନଜର ରଖିଥିଲେ। ଇକ୍‌ମୋ ୟୁନିଟ୍‌ରେ ପୂର୍ବରୁ ୪ ଜଣଙ୍କର ମୃତ୍ୟୁ ଘଟିଥିଲା। ସେମାନେ ସମସ୍ତେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହା ସହିତ ଏସ୍‌ସିବି ଇକ୍‌ମୋ ୟୁନିଟ୍‌ରେ ୫ ଜଣଙ୍କ ମୃତ୍ୟୁ ଘଟିଲାଣି। ଏବେ ଜଣେ ରୋଗୀ ଏହି ଇକ୍‌ମୋ ୟୁନିଟରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri