ମାଲକାନଗିରିରେ ଅଜଣା ରୋଗରେ ଆଉ ଜଣଙ୍କର ଜୀବନଗଲା

ମାଲକାନଗିରି,୨୨ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ସାଲିମି ପଞ୍ଚାୟତ ଅନ୍ତର୍ଗତ ହଳଦୀକୁଣ୍ଡ ଗ୍ରାମରେ ବୁଧବାର ରାତିରେ ଆଉ ଜଣେ ଯୁବକଙ୍କ ଅଜଣା ରୋଗରେ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ ନାମ ଲକ୍ଷ୍ମା ମାଡକାମୀ(୨୨)। ଲକ୍ଷ୍ମା ଗତ ୧୩ ତାରିଖରେ ମାଲକାନଗିରି ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ଅବସ୍ଥାରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ଥିଲେ। ୫ ଦିନ ଚିକିତ୍ସା ପରେ ତାଙ୍କୁ ୧୭ ତାରିଖରେ ଡାକ୍ତରଖାନାରୁ ଡିସ୍‌ଚାର୍ଜ କରାଯାଇଥିଲା। ତାଙ୍କ ସହ ହଳଦୀକୁଣ୍ଡ ଗ୍ରାମର ୧୩ ରୋଗୀଙ୍କୁ ମଧ୍ୟ ଉକ୍ତ ଦିନ ଡିସ୍‌ଚାର୍ଜ କରାଯାଇଥିଲା। ଲକ୍ଷ୍ମା ଗତକାଲି ରାତିରେ ପୁନର୍ବାର ଭୀଷଣ ପେଟ ଯନ୍ତ୍ରଣା ଅନୁଭବ କରିବା ସହ ମୃତ୍ୟୁବରଣ କରିଥିଲେ।

ପ୍ରକାଶ ଥାଉକି, ମାଥିଲି ବ୍ଲକ ସାଲିମି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ପୂର୍ବରୁ ଅଜଣା ରୋଗରେ ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଗ୍ରାମର ୧୩ ଜଣଙ୍କର ମୃତ୍ୟୁ ହୋଇଥିଲା। ମାଲକାନଗିରି ସଦର ମହକୁମା ଓ ମାଥିଲି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତରମାନେ ଉକ୍ତ ଗ୍ରାମକୁ ଯାଇ ରୋଗୀଙ୍କ ଚିକିତ୍ସା କରିବା ସହ ରକ୍ତ ନମୁନା ଏବଂ ପାନୀୟ ଜଳ ସଂଗ୍ରହ କରି ପରୀକ୍ଷାଗାରକୁ ପଠାଇଥିଲେ। କିନ୍ତୁ ବର୍ତ୍ତମାନ ସୁଦ୍ଧା ଏହି ରୋଗର ପ୍ରକୃତ କାରଣ ଜଣାପଡ଼ିନାହିଁ। ଶୁକ୍ରବାର ଆମ୍‌ ଆଦମୀ ପାର୍ଟି ପକ୍ଷରୁ ମାଥିଲି ବ୍ଲକ ଘେରାଉ କରା ଯିବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମାଥିଲି ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ଏକ ଦାବିପତ୍ର ପ୍ରଦାନ କରାଯିବ ବୋଲି ଆମ୍‌ ଆଦମୀ ପାର୍ଟିର ସଭାପତି କେ. ଦେଶିରାଜୁ ଆଚାରୀ ଏକ ପ୍ରେସ୍‌ ବିବୃତ୍ତିରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri