ଆଉ ଜଣଙ୍କୁ କଚାଡ଼ି ମାରିଲା ଦନ୍ତାହାତୀ: ଭୟଭୀତ ଲୋକେ

ଜି.ଉଦୟଗିରି/ରାଇକିଆ,୨୯/୦୭(ଚିନ୍ମୟ କୁମାର ସେଠୀ/ ପ୍ରଦୀପ ବେହେରା/ଶିଶିର ପଟ୍ଟନାୟକ):କନ୍ଧମାଳ ଜିଲା ଜି.ଉଦୟଗିରି ଥାନା ତଥା ରାଇକିଆ ବ୍ଲକ ଅନ୍ତର୍ଗତ ଆଡାସିକୁପା ଗ୍ରାମରେ ଆଜି ଭୋର୍‌ ସମୟରେ ହାତୀ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବା ଦେଖିବାକୁ ମିଳିଛି। ଗତ ଶନିବାର ଦିନ ସନ୍ଧ୍ୟାବେଳେ ପାଜିମାହାଠାରେ ମାଲାଂସୁଗା ଗ୍ରାମର ଦନ୍ତାହାତୀ ଜଣଙ୍କୁ ଖଣ୍ଡ ଖଣ୍ଡ ମାରିଥିଲା। ଆଜି ମଧ୍ୟ ଦନ୍ତାହାତୀ ଆଡାସିକୁପା ଗ୍ରାମର ପ୍ରଶାନ୍ତ ନାୟକ ବୟସ ପ୍ରାୟ ୭୦ ହେବ ଭୋର ସକାଳୁ ଗାଈ ଗୋରୁଙ୍କୁ ଗୁହାଳରୁ ଛାଡ଼ିବା ପାଇଁ ଘରୁ ବାହାରି ଥିବା ବେଳେ ହାତୀଟି ତାଙ୍କୁ ଶୁଣ୍ଢରେ କଚାଡ଼ି କଚାଡ଼ି ମାରିଛି।

ବନ ବିଭାଗ କର୍ମଚାରୀ ଗତକାଲି ରାତିଠାରୁ ଡ୍ରୋନ ସାହାଯ୍ୟରେ ହାତୀର ଗତିବିଧି ଲକ୍ଷ୍ୟ କରି ଘଉଡାଇବାକୁ ଚେଷ୍ଟା କରୁଥିଲେ। କିନ୍ତୁ ହଠାତ୍‌ ହାତୀଟି କିଛି ସମୟ ପାଇଁ ଲୁଚି ଯାଇଥିଲା। ଡ୍ରୋନ କ୍ୟାମେରାରେ ଦେଖାଯାଇ ନ ଥିଲା । କିଛି ସମୟ ପରେ ପ୍ରଶାନ୍ତ ନାୟକଙ୍କୁ ମାରିଦେଇଥିବା ଖବର ଜଣାପଡ଼ିଥିଲା। ଘଟଣାସ୍ଥଳରେ ବନ ଅଧିକାରୀ ଅଧିକାରୀ କାଜଲ ନାୟକ, ରଶ୍ମିତା ବକ୍ସି ଓ ଅନ୍ୟମାନେ ଉପସ୍ଥିତ ଥିବା ବେଳେ ସ୍ଥାନୀୟ ପୋଲିସ ଆଇଆଇସି ବିଜୟ କୁମାର ସାଇଁ, ଏଏସଆଇ ବୁଲୁ ବେହେରା ସଦଳବଳେ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରୁଥିବା ଦେଖିବାକୁ ମିଳିଛି।
ଲୋକଙ୍କ ଦାବି ଦୁଇ ଦିନ ଅନ୍ତରରେ ଦୁଇ ଜଣ ମଣିଷଙ୍କୁ ଦଳାଚକଟା କରି ମାରିଥିବା ହାତୀକୁ ଅଚେତ କରି ଏଠାରୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଉ। ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁବରଣ ହୋଇଥିବା ଘଟଣା ବିଷୟରେ ଡିଏଫଓ ଜାଣିବା ପରେ ମଧ୍ୟ ଘଟଣା ସ୍ଥଳକୁ ନ ଆସିବା ନେଇ ଜନସାଧାରଣଙ୍କ ମଧ୍ୟରେ ଉତ୍ତେଜନା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

ସୁରକ୍ଷାକର୍ମୀଙ୍କ ସାମ୍ନାରେ ହାତ ଯୋଡ଼ିଲେ ସଲମାନ; ଗଣେଶ ଦର୍ଶନ ପରେ…

ମୁମ୍ବାଇ: ବଲିଉଡର ‘ଭାଇଜାନ’ ସଲମାନ ଖାନ ତାଙ୍କ ଅଭିନୟ ଏବଂ ଚଳଚ୍ଚିତ୍ର ପାଇଁ ବେଶ ଜଣାଶୁଣା, କିନ୍ତୁ ସମ୍ପ୍ରତି ସେ ନିଜର ସୋସିଆଲ ମିଡିଆ ପୋଷ୍ଟ ଏବଂ…

ରାସନ କାର୍ଡକୁ ନେଇ ଆସିଲା ବଡ଼ ଅପଡେଟ୍‌, ଏହି ଡକ୍ୟୁମେଣ୍ଟ ନ ଥିଲେ କଟିଯିବ…

ନୂଆଦିଲ୍‌ଲୀ,୧୮।୯: ଯଦି ଆପଣ ଏକ ନୂଆ ରାସନ କାର୍ଡ ତିଆରି କରିବାକୁ ଯାଉଛନ୍ତି କିମ୍ୱା ପୁରୁଣା କାର୍ଡରେ କୌଣସି ସଦସ୍ୟଙ୍କ ନାମ ଯୋଡ଼ିବା କିମ୍ୱା ହଟାଇବା ବିଷୟରେ…

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?