Posted inଜାତୀୟ

ଆଉ ଏକ ମହାମାରୀ ନିଶ୍ଚିତ

ନୂଆଦିଲ୍ଲୀ,୨୯ା୫: ଅନ୍ୟ ଏକ ମହାମାରୀ ନିଶ୍ଚିତ ବୋଲି ବ୍ରିଟେନ୍‌ର ପୂର୍ବତନ ମୁଖ୍ୟ ବୈଜ୍ଞାନିକ ପରାମର୍ଶଦାତା ସାର୍‌ ପାଟ୍ରିକ୍‌ ଭାଲାନ୍ସ ସତର୍କ କରାଇଛନ୍ତି। ସେଥିପାଇଁ ଆଗାମୀ ସରକାର ପ୍ରସ୍ତୁତି ଉପରେ ପ୍ରାଥମିକତା ଦେବାକୁ ସେ ପରାମର୍ଶ ଦେଇଛନ୍ତି। ନୂତନ ଭାବେ ସୃଷ୍ଟି ହେଉଥିବା ବିପଦକୁ ଶୀଘ୍ର ଚିହ୍ନଟ କରିବା ପାଇଁ ଉନ୍ନତ ସର୍ଭିଲାନ୍ସ ବ୍ୟବସ୍ଥା ସ୍ଥାପନ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ସେ ୨୦୨୧ରେ ଜି-୭ ନେତାମାନଙ୍କୁ ଦେଇଥିବା ବାର୍ତ୍ତାକୁ ଦୋହରାଇବା ସହ ତ୍ୱରିତ୍‌ କାର୍ଯ୍ୟାନୁଷ୍ଠାନକୁ ପ୍ରାଥମିକତା ଦେଇଛନ୍ତି। କୋଭିଡ୍‌-୧୯ ମହାମାରୀ ବେଳେ ତ୍ୱରିତ୍‌ ନିଦାନ, ଟିକା ଏବଂ ଚିକିତ୍ସା ଯୋଗୁ ଏହାକୁ ରୋକାଯାଇପାରିଥିଲା। ଏହା ହାସଲଯୋଗ୍ୟ ହୋଇଥିବାବେଳେ ଅନ୍ତର୍ଜାତୀୟ ସମନ୍ବୟରେ ଉଲ୍ଲେଖନୀୟ ଉନ୍ନତି ଆବଶ୍ୟକ ବୋଲି ଭାଲାନ୍ସ କହିଛନ୍ତି। ୨୦୨୧ରେ ସେ ଯେଉଁସବୁ ପରାମର୍ଶ ଦେଇଥିଲେ ୨୦୨୩ ସୁଦ୍ଧା ଜି-୭ ଦେଶଗୁଡ଼ିକ ତାହା ଭୁଲିଯାଇଥିବା ଭଳି ମନେହୁଏ। ମହାମାରୀ ମୁକାବିଲା ପାଇଁ ପ୍ରସ୍ତୁତିକୁ ଯୁଦ୍ଧକାଳୀନ ପ୍ରସ୍ତୁତି ଭଳି ଗୁରୁତ୍ୱର ସହ ନେବାକୁ ଭାଲାନ୍ସ ସୁପାରିସ କରିଛନ୍ତି। ମହାମାରୀ ପ୍ରସ୍ତୁତିରେ ଦେଶଗୁଡ଼ିକ ପରସ୍ପରକୁ ସହଯୋଗ କରିବା ନିମନ୍ତେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ମହାମାରି ଚୁକ୍ତିନାମା ପାଇଁ ଉଦ୍ୟମ ଚଳାଇଛି। ଏହା ଏକ ସକାରାତ୍ମକ ପଦକ୍ଷେପ ହେଲେ ମଧ୍ୟ ଯଥେଷ୍ଟ ନୁହେଁ। ଯଦି ଏହି ପ୍ରସଙ୍ଗ ଜି୭ ଏବଂ ଜି୨୦ ଏଜେଣ୍ଡାରୁ ହଟିଯାଉଛି, ତେବେ ଆମେ ସମାନ ସ୍ଥିତିରେ ରହିଛୁ ବୋଲି ଧରିନେବାକୁ ହେବବୋଲି ଭାଲାନ୍ସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri