ଚଣ୍ଡିଖୋଲରେ ପୁଣି ପଲସର ଆତଙ୍କ, ଛଡ଼ାଇନେଲେ ଟଙ୍କା ବ୍ୟାଗ୍‌

ଯାଜପୁର ଅଫିସ,୯।୮: ଯାଜପୁର ଜିଲା ୫୩ ନଂ ଜାତୀୟ ରାଜପଥ ଚଣ୍ଡିଖୋଲ-ଖୋସାଲିପୁର ଓଭରବ୍ରିଜ ନିକଟରେ ମଙ୍ଗଳବାର ସକାଳେ ପୁଣି ପଲସର ଆତଙ୍କ ଦେଖିବାକୁ ମିଳିଛି।
ଦୁର୍ବୃତ୍ତ କଳାପଲସର ଆସି ଜଣେ ବାଇକ୍‌ ଆରୋହୀଙ୍କଠାରୁ ସୁନାଅଳଙ୍କାର ଓ ନଗଦ ଟଙ୍କା ଭର୍ତ୍ତି ବ୍ୟାଗ ଛଡାଇ ନେଇଛନ୍ତି।
ସୂଚନାଯୋଗ୍ୟ, ବାଲିଚନ୍ଦ୍ରପୁରର ବିନୀତ କୁମାର ଜେନା ତାଙ୍କ ସ୍ତ୍ରୀ ଓ ପୁଅଙ୍କୁ ବାଇକ୍‌ରେ ନେଇ ବଢେଙ୍କାନାଳସ୍ଥିତ ଜଣେ ବନ୍ଧୁଙ୍କ ଘରକୁ ଯାଇଥିଲେ। ସେଠାରୁ ଘରକୁ ଫେରୁଥିବା ସମୟରେ ଖୋସାଲିପୁର ରେଲୱେ ଓଭରବ୍ରିଜ ନିକଟରେ ଏକ ପଲସର ବାଇକରେ ଦୁଇ ଜଣ ଯୁବକ ଆସି ବିନୀତଙ୍କ ସ୍ତ୍ରୀ ଧରିଥିବା ବ୍ୟାଗକୁ ଛଡାଇ ନେଇ ଫେରାର ହୋଇଯାଇଥିଲେ। ବ୍ୟାଗରେ ସୁନା ଅଳଙ୍କାର ସହ ନଗଦ ଟଙ୍କା ଥିବା ସେମାନେ କହିଛନ୍ତି। ଘଟଣାସ୍ଥଳରେ ଚଣ୍ଡିଖୋଲ ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ବିନୀତଙ୍କ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ମଧ୍ୟ କରାଯାଇଛି। ଅନେକ ସମୟରେ ଉକ୍ତ ଅଞ୍ଚଳରେ ଏଭଳି ଘଟୁଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri