ବ୍ୟାଙ୍କରେ ପୁଣି ୧୪ ଶହ କୋଟିର ଠକେଇ;ସିବିଆଇର ତନାଘନା

ନୂଆଦିଲ୍ଲୀ: ବ୍ୟାଙ୍କରେ ଦିନକୁ ଦିନ ଠକେଇ ଘଟଣା ବଢ଼ି ଚାଲିଛି। ଲକ୍‌ଡାଉନରେ ମଧ୍ୟ ଠକେଇ ମାମଲା ସାମ୍ନାକୁ ଆସିଛି। ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକରେ ୨୦ହଜାର ଠକେଇ ଘଟଣା ରବିବାର ରିଜର୍ଭ ବ୍ୟାଙ୍କ ଦେଇଥିବା ଆର୍‌ଟିଆଇ ତଥ୍ୟରୁ ସାମ୍ନାକୁ ଆସିଥିଲା। ସୋମବାର ବ୍ୟାଙ୍କରେ ଆଉ ଏକ ବଡ ଠକେଇ ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ଭିତ୍ତିକ ଡେରୀ ଫାର୍ମ କ୍ୱାଲିଟି ଲିମିଟେଡ୍‌ କନସୋର୍ଟିଅମ ବ୍ୟାଙ୍କଗୁଡିକୁ ୧୪୦୦ କୋଟି ଟଙ୍କା ଠକେଇ କରିଥିବା ଅଭିଯୋଗ ଆସିଛିା ଏହି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଦେଶର ୮ ସ୍ଥାନରେ ଚଢାଉ କରିଥିବା ଜଣେ ଅଧିକାରୀ ସୋମବାର ସୂଚନା ଦେଇଛନ୍ତି।
କ୍ୱାଲିଟି ଲିମିଟେଡ୍‌ ଏବଂ ଏହାର ନିର୍ଦ୍ଦେଶକ ସଞ୍ଜୟ ଢିଙ୍ଗ୍ରା, ସିଦ୍ଧାନ୍ତ ଗୁପ୍ତା, ଅରୁଣ ଶ୍ରୀବାସ୍ତବଙ୍କ ସମେତ ଅନ୍ୟ କେତେଜଣ ବ୍ୟକ୍ତିବିଶେଷଙ୍କ ବିରୋଧରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି। ଏହି ବ୍ୟକ୍ତିବିଶେଷ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ବିଓଆଇ) ନେତୃତ୍ୱାଧୀନ କନର୍ସୋଟିୟମ ବ୍ୟାଙ୍କ ଯଥା: କାନାରା ବ୍ୟାଙ୍କ, ବ୍ୟାଙ୍କ ଅଫ୍‌ ବରୋଦା, ଆନ୍ଧ୍ର ବ୍ୟାଙ୍କ, କର୍ପୋରେଶନ ବ୍ୟାଙ୍କ, ଆଇଡିବିଆଇ, ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ, ଧନଲକ୍ଷ୍ମୀ ବ୍ୟାଙ୍କ ଏବଂ ସିଣ୍ଡିକେଟ ବ୍ୟାଙ୍କକୁ ପ୍ରାୟ ୧୪୦୦.୬୨ କୋଟି ଟଙ୍କା ଠକେଇ କରିଥିବା ସିବିଆଇ ମୁଖପାତ୍ର ଆର୍‌.କେ. ଗୌର ସୂଚନା ଦେଇଛନ୍ତି।
ଅଭିଯୋଗ ମୁତାବକ ଏମାନେ ବ୍ୟାଙ୍କରୁ ଋଣ ଲାଭ କରିବା ଲାଗି ମିଥ୍ୟା ଦସ୍ତାବିଜ, ରସିଦ, ଜାଲ୍‌ ଆକାଉଣ୍ଟ ବୁକ୍‌ସ, ନକଲି ସମ୍ପତ୍ତି ଏବଂ ଲାଏବିଲିଟି ସୃଷ୍ଟି କରିଥିଲେ। ବ୍ୟାଙ୍କରୁ ଲାଭ କରିଥିବା ଅର୍ଥକୁ ଅନ୍ୟତ୍ର ପଠାଇ ଦିଆଯାଇଥିବା ଅଭିଯୋଗ ମଧ୍ୟ ଆସିଛି। ଏହି ମାମଲାରେ ଦିଲ୍ଲୀ, ଉତ୍ତରପ୍ରଦେଶ, ରାଜସ୍ଥାନ ଏବଂ ହରିୟାଣାର ପ୍ରାୟ ୮ଟି ସ୍ଥାନରେ ସିବିଆଇ ସର୍ଚ୍ଚ ଅପରେଶନ ଜାରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ଯୁବବର୍ଗଙ୍କୁ ନୂଆବର୍ଷର ଉପହାର ଦେଲେ ସରକାର: ମିଳିବ ୧୫ ହଜାର ଟଙ୍କା, ଜାଣନ୍ତୁ କିପରି…

ନୂଆଦିଲ୍ଲୀ,୩୦।୧୨: ନୂଆବର୍ଷ ପୂର୍ବରୁ ସରକାର ଯୁବପିଢ଼ିଙ୍କୁ ଏକ ନୂତନ ବର୍ଷର ଉପହାର ଦେଇଛନ୍ତି। ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ X ରେ ଟୁଇଟ୍‌ କରିଛି, ଯେଉଁଥିରେ...

କ୍ଷମା ମାଗିଲେ ଲଲିତ ମୋଦି

ନୂଆଦିଲ୍ଲୀ,୩୦ା୧୨ : ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ପୂର୍ବତନ ଅଧ୍ୟକ୍ଷ ଲଲିତ ମୋଦି ନିକଟରେ ପଳାତକ ବ୍ୟବସାୟୀ ବିଜୟ ମାଲ୍ୟାଙ୍କ ସହ ଲଣ୍ଡନରେ ପାର୍ଟି କରୁଥିବାର...

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri