Posted inଜାତୀୟ

ଉତ୍କଟ ଦାରିଦ୍ର୍ୟ ମଧ୍ୟକୁ ଯିବେ ବିଶ୍ୱର ଆଉ ୯.୫ କୋଟି

ନୂଆଦିଲ୍ଲୀ,୭।୪: କରୋନାର ଦ୍ୱିତୀୟ ଲହର ବିଶ୍ୱକୁ ସଙ୍କଟ ଆଡ଼କୁ ନେଲାଣି। ବିଭିନ୍ନ ଦେଶର ଅର୍ଥ ବ୍ୟବସ୍ଥା ବିପର୍ଯ୍ୟସ୍ତ। ଲୋକଙ୍କ ଜୀବନଜୀବିକା ଉପରେ ମହାମାରୀ ଗଭୀର ପ୍ରଭାବ ପକାଇଥିବା ବେଳେ ୨୦୨୦ରେ ଅଧିକ ୯.୫ କୋଟି ଲୋକ ଉତ୍କଟ ଦାରିଦ୍ର୍ୟ ମଧ୍ୟକୁ ଠେଲି ହୋଇଯିବେ ବୋଲି ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ପକ୍ଷରୁ ମଙ୍ଗଳବାର ପ୍ରକାଶିତ ରିପୋର୍ଟରେ ପ୍ରକାଶ ପାଇଛି। ୨୦୨୦-୨୪ ମଧ୍ୟରେ ନିମ୍ନ ଆୟକରୀ ଦେଶଗୁଡିକ ମଧ୍ୟରେ ୫.୭% ଏବଂ ଅଭିବୃଦ୍ଧିଶୀଳ ବଜାରଗୁଡିକରେ ୪.୭% ମୁଣ୍ଡ ପିଛା ଜିଡିପି ହ୍ରାସ ହେବ ବୋଲି ଏଥିରେ କୁହାଯାଇଛି।
ରିପୋର୍ଟ ମୁତାବକ, ଚଳିତ ଆର୍ଥତ୍କ ବର୍ଷରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୧୨.୫% ଅଭିବୃଦ୍ଧି ହାସଲ କରିବ। ଅଭିବୃଦ୍ଧି ୧୧.୫% ରହିବା ନେଇ ଏହି ଏଜେନ୍ସି ଜାନୁୟାରୀରେ ଆକଳନ କରିଥିବା ବେଳେ ବର୍ତ୍ତମାନ ଏଥିରେ ପରିବର୍ତ୍ତନ କରିଥିବା ଜଣାପଡିଛି। କରୋନାର ଦ୍ୱିତୀୟ ଲହରକୁ ନିୟନ୍ତ୍ରଣ କରିବା ଲାଗି ଭାରତରେ ବର୍ତ୍ତମାନ ବିଭିନ୍ନ ରାଜ୍ୟ ଯାନବାହନ ଚଳାଚଳ ଉପରେ କଟକଣା ଜାରି କରୁଛନ୍ତି।
ଏସିଆର ତୃତୀୟ ବୃହତ୍‌ ଅର୍ଥ ବ୍ୟବସ୍ଥାର ଅଭିବୃଦ୍ଧିକୁ ଏହା ପ୍ରଭାବିତ କରୁଛି। ଏଭଳି ସ୍ଥିତିରେ ଅଭିବୃଦ୍ଧି ଊର୍ଦ୍ଧ୍ୱଗାମୀ ରହିବ ବୋଲି ଏହି ଅନ୍ତର୍ଜାତୀୟ ଏଜେନ୍ସି ଏହାର ରିପୋର୍ଟରେ ପ୍ରକାଶ କରିଛି।
ଲକ୍‌ଡାଉନ କଟକଣା କୋହଳ ହେବା ପରେ ଅର୍ଥ ବ୍ୟବସ୍ଥା ଟ୍ରାକ୍‌କୁ ଫେରୁଛି। ଭାରତୀୟ ବଜାର ଯେଉଁ ହାରରେ ସୁଧାର ହେବ ବୋଲି ଆଶା କରାଯାଉଥିଲା ତା’ଠାରୁ ସ୍ଥିତି ଉନ୍ନତ ରହିଛି ବୋଲି ଆଇଏମ୍‌ଏଫ୍‌ ପକ୍ଷରୁ ପ୍ରକାଶିତ ଦ୍ୱିମାସିକ ଓ୍ବାର୍ଲଡ ଇକୋନୋମିକ ଆଉଟଲୁକ ରିପୋର୍ଟରେ କୁହାଯାଇଛି। ଅଭିବୃଦ୍ଧି ଅନୁମାନରେ ଏବେ ମଧ୍ୟ ଅନିଶ୍ଚିତତା ରହିଥିବା ଆଇଏମ୍‌ଏଫ୍‌ର ମୁଖ୍ୟ ଅର୍ଥନୀତିଜ୍ଞ ଗୀତା ଗୋପୀନାଥ କହିଛନ୍ତି। ଟିକାକରଣ ଧାରାରେ ଉନ୍ନତି ହେଲେ ଏହା ଅଭିବୃଦ୍ଧି ଅନୁମାନକୁ ଆହୁରି ଉନ୍ନତ କରିବ। ଗୋପୀନାଥ ପୁଣି କହିଛନ୍ତି, ମହାମାରୀ ପୂର୍ବ ତୁଳନାରେ ବର୍ତ୍ତମାନ ଲୋକଙ୍କ ଜୀବନ ଧାରଣ ମାନରେ ବଡ ତାରତମ୍ୟ ଦେଖାଯାଇଛି। ରିପୋର୍ଟ ଅନୁୟାୟୀ, ଅଭିବୃଦ୍ଧିଶୀଳ ବଜାରଗୁଡିକରେ ୨୦୨୧ରେ ଅଧିକାଂଶ ଲୋକଙ୍କୁ ଟିକା ଉପଲବ୍ଧ ହେବନାହିଁ। ସେହିଭଳି ଉନ୍ନତ ଅର୍ଥ ବ୍ୟବସ୍ଥା ଲାଗି କରୋନା କଟକଣା ଏବଂ ଲକ୍‌ଡାଉନ ଆବଶ୍ୟକ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?