ସୁନ୍ଦରଗଡ଼ରେ ପୁଣି ଅସୁସ୍ଥ ହେଲେ ଆଉଜଣେ ସୁରକ୍ଷା କର୍ମୀ

ସୁନ୍ଦରଗଡ,୧୮।୧: କୋଭିଡ ଟିକା ନେଇ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡ଼ାକ୍ତରଖାନାର ୨ଜଣ ପୁରୁଷ ଏବଂ ଜଣେ ମହିଳା ସୁରକ୍ଷା କର୍ମୀ ଅସୁସ୍ଥ ହୋଇପଡିଛନ୍ତି। ସେମାନେ ହେଲେ ଦୁବରାଜ ରଣା, ମାନସ କରାଳୀ ଏବଂ ରାଜକୁମାରୀ ଓରାମ। ଦୁବରାଜଙ୍କ କହିବା ମୁତାବକ, ସେ ୧୬ ତାରିଖରେ କୋଭିଡ ଟିକା ନେଇଥିଲେ। ଟିକା ନେଇ ସେହିଦିନ ଡ୍ୟୁଟି କରି ଘରକୁ ଯାଇଥିଲେ। ୧୭ ତାରିଖରେ ଡ୍ୟୁଟି କଲା ବେଳେ ହଠାତ ଜ୍ବର ହୋଇ ଶରୀରର ବାମପାର୍ଶ୍ୱରେ ପକ୍ଷାଘାତ ଭଳି ଅନୁଭବ କରିଥିଲେ। ସେହିପରି ମାନସଙ୍କୁ ମଧ୍ୟ ଜ୍ବର ହୋଇଥିଲା। ଏପରି କି ରାଜକୁମାରୀ ମଧ୍ୟ ଅସୁସ୍ଥ ଅନୁଭବ କରି୍‌ଥିଲେ। ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ସେମାନଙ୍କୁ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ ସରୋଜ କୁମାର ମିଶ୍ରଙ୍କୁ ପଚାରିବାରୁ ଟିକାର କୌଣସି ପାଶର୍‌ବ ପ୍ରତିକ୍ରିୟା ନାହିଁ। ଟିକା ନେବା ପରେ ଜ୍ବର ହେବା ସାଧାରଣ କଥା। ଅସୁସ୍ଥ କର୍ମଚାରୀ ବର୍ତ୍ତମାନ ସୁସ୍ଥ ଅଛନ୍ତି। ଏଥିରେ ଭୟଭୀତ ନ ହୋଇ ସମସ୍ତେ କୋଭିଡ ଟିକା ନେବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri