ମୁହଁ ଖୋଲିଲେ ଆଉ ଜଣେ ବରିଷ୍ଠ: କହିଲେ ନବୀନଙ୍କ କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଭୁବନେଶ୍ୱର,୮।୪: ଓ୍ବକ୍‌ଫ ବିଲ ପ୍ରସଙ୍ଗରେ ଭି.କେ. ପାଣ୍ଡିଆନଙ୍କୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଦଳର ଅଧେ ନେତା ପାଣ୍ଡିଆନଙ୍କୁ ସମର୍ଥନ କରୁଥିବା ବେଳେ ଅଧେ ଖୋଲାଖୋଲି ବିରୋଧ କରୁଛନ୍ତି। ଅନ୍ୟପକ୍ଷେ ପାଣ୍ଡିଆନଙ୍କ ସପକ୍ଷରେ ପୋଷ୍ଟ ପ୍ରସଙ୍ଗକୁ ନେଇ ବର୍ଷିଛନ୍ତି ବରିଷ୍ଠ ବିଜେଡି ନେତା ପଦ୍ମନାଭ ବେହେରା। ଯାହା ସବୁ ହେଉଛି ଦଳ ପାଇଁ କ୍ଷତିକାରକ, ଏହାର ଯବନିକା ପଡ଼ିବା ଉଚିତ। ପାଣ୍ଡିଆନ ସନ୍ନ୍ୟାସ ନେଇଛନ୍ତି, ତାଙ୍କୁ ଚର୍ଚ୍ଚା କରି ଦଳର କ୍ଷତି କରୁଛନ୍ତି। ଶୀଘ୍ର ସଭାପତି ଏହା ଉପରେ ପୂର୍ଣ୍ଣଛେଦ ପକାଇବା ଉଚିତ। ଅଧିକ ବିଳମ୍ବ କରିବା ଠିକ ହେଉନି ବୋଲି ପଦ୍ମନାଭ କହିଛନ୍ତି। ବର୍ତ୍ତମାନ କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା ରହିଛି। ରାଜ୍ୟ ସଭା ଏମ୍‌ପି ମୁନା ଖାନ କାର୍ଯ୍ୟାନୁଷ୍ଠାନ ପାଇଁ ସଭାପତିଙ୍କୁ ଭେଟିଛନ୍ତି। ଅନୁଧ୍ୟାନ ପରେ କାର୍ଯ୍ୟାନୁଷ୍ଠାନ ହେବ ସୁପ୍ରିମୋ କହିଥିବା ସେ ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ, ବିଜେଡିର ବରିଷ୍ଠ ନେତା ଦେବାଶିଷ ସାମନ୍ତରାୟ, ବଦ୍ରି ପାତ୍ର, ଗଣେଶ୍ୱର ବେହେରା, ଭୂପିନ୍ଦର ସିଂହ, ପ୍ରଫୁଲ୍ଲ ଘଡେଇ ଆଦି ପ୍ରତ୍ୟେକ୍ଷ ଏବଂ ପରୋକ୍ଷରେ ପାଣ୍ଡିଆନଙ୍କୁ ଆଙ୍ଗୁଳି ନିର୍ଦ୍ଦେଶ କରିଛନ୍ତି। ଏଥିସହିତ ସେମାନେ ଦଳରେ କାହାର ପତିଆରା ଚାଲିଛି ତାହା ପ୍ରକାଶ କରିବା ସହିତ ନବୀନଙ୍କୁ ସାମ୍ନାକୁ ଆସିବାକୁ କହିଛନ୍ତି।

ଏଭଳି ସ୍ଥିତିରେ ପାଣ୍ଡିଆନଙ୍କ ସପକ୍ଷ ଆସିଛନ୍ତି ରାଜ୍ୟସଭା ଏମ୍‌ପି ମାନସ ମଙ୍ଗରାଜ, ନିରଞ୍ଜନ ବିଶି, ସୁଲତା ଦେଓ ଏବଂ ସୁଭାଶିଷ ଖୁଣ୍ଟିଆ, ସୁବାଷ ସିଂହ। ପାଣ୍ଡିଆନଙ୍କୁ ଅଯଥା ବଦନାମ କରାଯାଉଛି ଲେଖିଛନ୍ତି ଏମ୍‌ପି ନିରଞ୍ଜନ ବିଶି। ଦେବାଶିଷଙ୍କ ମନ୍ତବ୍ୟକୁ ନିନ୍ଦା କରୁଛି ବୋଲି ସେ ଲେଖିଛନ୍ତି। କିଛି ଅଭିସନ୍ଧି ରଖି ଦେବାଶିଷ ଏପରି କରିଥିବା ସେ କହିଛନ୍ତି।

ସେହିପରି ଦେବାଶିଷଙ୍କ ମନ୍ତବ୍ୟକୁ ମାନସ ମଙ୍ଗରାଜ ନିନ୍ଦା କରିଛନ୍ତି। ସେ ଲେଖିଛନ୍ତି ରାଜନୀତିରୁ ୧୦ ମାସ ହେଲା ଅବସର ନେଇ ସାରିଛନ୍ତି ପାଣ୍ଡିଆନ। କିଛି ନ୍ୟସ୍ତ ସ୍ବାର୍ଥ୍ୟ କାରଣରୁ ଦେବାଶିଷ ଏପରି କହିଛନ୍ତି। ନବୀନ ନିବାସରେ ଅପ୍ରିତିକର ପରିସ୍ଥିତି ସୃଷ୍ଟି କରିବାରୁ ନିବୃତ୍ତ ରୁହନ୍ତୁ ବୋଲି ସେ ଉଲ୍ଳେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri