ଆମେରିକାରେ ପୁଣି ଗୁଳିକାଣ୍ଡ: ୫ ମୃତ

ଓ୍ବାଶିଂଟନ୍‌,୧୪।୧୦: ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ଘଟଣା ଘଟିଛି। ଉତ୍ତର କାରୋଲିନାରେ ଘଟିଥିବା ଏହି ଗୁଳିକାଣ୍ଡରେ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଛି। ଏହି ଘଟଣା ପରେ ପୋଲିସ ସମଗ୍ର ଅଞ୍ଚଳକୁ ଘେରି ରହିଛି। ଏହା ସହିତ ଗୁଳିକାଣ୍ଡ ଘଟାଇଥିବା ଅଭିଯୁକ୍ତଙ୍କୁ ପୋଲିସ ମଧ୍ୟ ଧରିଛି। ବର୍ତ୍ତମାନ ଲୋକଙ୍କୁ ଘରୁ ବାହାରକୁ ନ ଆସିବାକୁ ପୋଲିସ ନିର୍ଦ୍ଦେଶ ଦେଇଛି।
ଆମେରିକୀୟ ଏଜେନ୍ସି ପକ୍ଷରୁ କୁହାଯାଇଛି ଯେ, ଆକ୍ରମଣକାରୀ ହଠାତ୍‌ ଜନଗହଳିପୂର୍ଣ୍ଣ ସ୍ଥାନକୁ ଆସି ଗୁଳି ଚଳାଇବା ଆରମ୍ଭ କରିଥିଲେ। ଏହି ସମୟରେ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କିଛି ଆହତଙ୍କୁ ମଧ୍ୟ କୁହାଯାଉଛି। ବର୍ତ୍ତମାନ ଆକ୍ରମଣକାରୀଙ୍କୁ ପଚରାଉଚରା କରାଯାଉଛି।
ଆମେରିକାରେ ଗୁଳିକାଣ୍ଡ ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ବର୍ଷ ମଧ୍ୟରେ ଅନେକ ଶିଶୁଙ୍କ ସମେତ ଶହ ଶହ ଲୋକଙ୍କୁ ହତ୍ୟା କରାଯାଇଛି। ଏହାପୂର୍ବରୁ ଏକ ବିଦ୍ୟାଳୟରେ ଗୁଳି ବିନିମୟରେ ୧୭ ପିଲାଙ୍କର ମୃତ୍ୟୁ ଘଟିଥିଲା। ନିକଟରେ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ, ଚଳିତ ବର୍ଷ ଆମେରିକାରେ ଗୁଳିକାଣ୍ଡ ଘଟଣାରେ ୯୬ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri