ଆମେରିକାରେ ପୁଣି ଗୁଳିକାଣ୍ଡ, ସମାରୋହରେ ଗୁଳି ଚାଳନାରେ ବହୁ ଆହତ…

ଓ୍ବାଶିଂଟନ,୨୨।୧ : ଆମେରିକାରେ ପୁଣି ଗୁଳିକାଣ୍ଡ ଘଟିଛି। କାଲିଫର୍ନିଆରେ ଏକ କାର୍ଯ୍ୟରେ ଜଣେ ଅଜଣା ବ୍ୟକ୍ତି ଗୁଳି ଚଳାଇଛନ୍ତି। କୁହାଯାଉଛି ଯେ ଚାଇନାର ନୂଆ ବର୍ଷକୁ ଦୃଷ୍ଟିରେ ରଖି ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏଭଳି ଘଟିଛି। ଏହି ଘଟଣାରେ ପ୍ରାୟ ୧୬ ଜଣଙ୍କୁ ଗୁଳି ଲାଗିଛି।

ମିଡିଆ ରିପୋର୍ଟ ଅନୁଯାୟୀ, ଏହି ଘଟଣା କାଲିଫର୍ନିଆର ମୋଣ୍ଟେରୀ ପାର୍କରେ ଘଟିଥିଲା। ଏହି ଘଟଣା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଆହତମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ଲାଗି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ସୂଚନା ଅନୁଯାୟୀ, ସ୍ଥାନୀୟ ସମୟ ରାତି ୧୦ଟା (ଜିଏମଟି ୦୬୦୦) ରେ ଏହି ଗୁଳିକାଣ୍ଡ ଘଟିଥିଲା। କିଛି ଲୋକଙ୍କର ମୃତ୍ୟୁ ମଧ୍ୟ ଘଟିଛି। ତେବେ ମୃତାହତଙ୍କ ସଂଖ୍ୟା ସମ୍ପର୍କରେ କୌଣସି ସୂଚନା ମିଳି ନାହିଁ। ମଣ୍ଟେରୀ ପାର୍କ ଲସ ଆଞ୍ଜେଲସ କାଉଣ୍ଟିର ଏକ ସହର। ଲସ ଆଞ୍ଜେଲସ ସହରଠାରୁ ଏହା ପ୍ରାୟ ୭ କିଲୋମିଟର ଦୂରରେ ଅବସ୍ଥିତ।

 


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ତପ୍ତପାଣି ଗସ୍ତ ସାରି ଫେରିଲେ ରାଷ୍ଟ୍ରପତି: ଉଷ୍ମ ପସ୍ରବଣର ଗନ୍ଧକଯୁକ୍ତ ପାଣିରେ ସ୍ନାନ, ମା’ କନ୍ଧୁଣି ଦେବୀଙ୍କୁ କଲେ ପୂଜାର୍ଚ୍ଚନା

ଦିଗପହଣ୍ଡି, ୪।୮ (ଅଶେଷ ନାଥ ମିଶ୍ର): ଦେଶର ପ୍ରଥମ ନାଗରିକ ତଥା ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଗଞ୍ଜାମ-ଗଜପତି ସୀମାନ୍ତର ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି…

ପୁଅର ଗିରଫଦାରୀକୁ ନେଇ ମୁହଁ ଖୋଲିଲେ ଷ୍ଟାଲିନ, କହିଲେ ଅହଙ୍କାରରେ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଦ୍ରାବିଡ଼ ମୁନେତ୍ର କାଜାଗମ୍ (ଡିଏମକେ) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ଗିରଫଦାରୀକୁ ନେଇ ରାଜ୍ୟର ରାଜନୈତିକ ପାରା ଚରମ ସୀମାରେ ପହଞ୍ଚିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri