Posted inରାଜ୍ୟ

ଘନେଇଲାଣି ଆଉ ଏକ ବାତ୍ୟା ଭୟ! ବଙ୍ଗୋପସାଗରରେ ପୁଣି ଲଘୁଚାପ

ଭୁବନେଶ୍ୱର,୨।୧୧:ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗରରେ ୫ ନଭେମ୍ବରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ଧୀରେଧୀରେ ପଶ୍ଚିମ ଦିଗକୁ ଗତିକରି ତାମିଲନାଡୁ ଉପକୂଳରେ ପହଞ୍ଚିବ । ୭ ନଭେମ୍ବରରେ ଅଧିକ ଘନୀଭୂତ ହୋଇ ଏହା ଅବପାତର ରୂପ ନେଇପାରେ । ଅବପାତରୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା କମ୍‌ । ଭାରତୀୟ ପାଣିପାଗ ବିଭାଗର ସାଇକ୍ଲୋଜେନେସିସ ଅନୁସାରେ ଅବପାତରୁ ଅଧିକ ଘନୀଭୂତ ହେବାର ସମ୍ଭାବନା ମାତ୍ର ୩୩ ପ୍ରତିଶତ ରହିଛି । କିନ୍ତୁ ଏହାକୁ ନେଇ ପୁଣି ବାତ୍ୟା ଭୟ ଘନେଇବାରେ ଲାଗିଛି। କୁହାଯାଉଛି ପାଞ୍ଜି ଆକଳନ ସତ ହୋଇପାରେ। ତେବେ ଅକ୍ଟୋବର ବାତ୍ୟା ପରେ ନଭେମ୍ବର ବାତ୍ୟା ନେଇ ଲୋକେ ଛାନିଆ ହେଲେଣି।

ନିକଟରେ ଏବେ ଦାନାର ବୀଭିଷିକା ଦୃଶ୍ୟ ଆଖିରୁ ନ ଯାଉଣୁ ଅନ୍ୟପଟେ ଚର୍ଚ୍ଚା ହେଉଛି ଆଉ ଏକ ବାତ୍ୟା ନଭେମ୍ବରରେ ଆସିବ । ଏକଥା ଶୁଣି ଲୋକେ ଛାନିଆ ହେଲେଣି। କିନ୍ତୁ ଆଇଏମଡିର ଆକଳନ ଅନୁସାରେ ଏହି ସପ୍ତାହର ଶେଷ ଆଡକୁ ଦକ୍ଷିଣ ବଙ୍ଗେପାସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଦ୍ବିତୀୟ ସପ୍ତାହରେ ଏହା ଅବପାତର ରୂପନେଇ ତାମିଲନାଡୁ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ୭ରୁ ୧୧ ନଭେମ୍ଭର ଭିତରେ ପ୍ରବଳରୁ ଅତିପ୍ରବଳ ବର୍ଷା ତାମିଲନା ରାୟଲସୀମା ଓ କେରଳରେ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ତାଳଚେର ଭାରତର ଦ୍ୱିତୀୟ ସର୍ବାଧିକ ପ୍ରଦୂଷିତ ସହର

ଭୁବନେଶ୍ୱର,୨୨।୧: କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଦ୍ୱାରା ବୁଧବାର ଓଡ଼ିଶାର ତାଳଚେର ସହରର ବାୟୁ ଗୁଣବତ୍ତା ‘ଅତ୍ୟନ୍ତ ଖରାପ’ ବୋଲି ବର୍ଣ୍ଣନା କରାଯାଇଛି। ସିପିସିବି...

ଦୁଇମାସ ହେଲା ଚାଉଳ ଯୋଗାଣ ବନ୍ଦ: ଅଙ୍ଗନବାଡି କେନ୍ଦ୍ରରୁ ଭୋକରେ ଫେରୁଛନ୍ତି ଶିଶୁ

ଲାଞ୍ଜିଗଡ,୨୨।୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକରେ ଥିବା ସମସ୍ତ ଅଙ୍ଗନବାଡି କେନ୍ଦ୍ର ଗୁଡିକରେ ପ୍ରାୟ ଦୁଇମାସ ହେବ ଚାଉଳ ଯୋଗାଣ ବନ୍ଦ ଥିବା...

ଓଡ଼ିଶାରେ ପ୍ରତିଷ୍ଠା ହେବ ଭାରତର ପ୍ରଥମ ସେମିକଣ୍ଡକ୍ଟର କାରଖାନା: ଏତିକି କୋଟି ଟଙ୍କାର ପ୍ରୋତ୍ସାହନ ରାଶି ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧: ଓଡ଼ିଶାର ଭୁବନେଶ୍ବରରେ ଭାରତର ପ୍ରଥମ ସିଲିକନ୍ କାର୍ବାଇଡ୍ (ଏସ୍. ଆଇ. ସି.) ସେମିକଣ୍ଡକ୍ଟର ଉତ୍ପାଦନ ସୁବିଧା ପ୍ରତିଷ୍ଠା କରିବା ଲାଗି ଆର୍. ଆଇ. ଆର୍....

ଲାଞ୍ଚ ନେଇ ଧରାପଡ଼ିଲେ ଡାକ୍ତର: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ

ଭୁବନେଶ୍ୱର,୨୨।୧: ପୋଷ୍ଟମର୍ଟମ ରିପୋର୍ଟ ପାଇଁ ୨ ହଜାର ନେଲା ବେଳେ ଡାକ୍ତରଙ୍କୁ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୋଗ ଅନୁଯାୟୀ ବଡ଼ମ୍ବା CHC ଡାକ୍ତର ବିଶ୍ବନାଥ ଅଢ଼େକ ଜଣେ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତ ହେବେ ୫ ହଜାର ଡାକ୍ତର

ଭୁବନେଶ୍ୱର,୨୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିଥିଲା। ଏଥିରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଛି। ଏହି ପ୍ରସ୍ତାବ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରିହାତିରେ ବିଜୁଳି ବିଲ୍‌…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…

ଭୁବନେଶ୍ୱର,୨୨।୧: ରାଜ୍ୟ କ୍ୟାବିନେଟକୁ ନେଇ ଆସିଛି ବଡ ଖବର । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିଛନ୍ତି ବଡ ଘୋଷଣା । କ୍ୟାବିନେଟରେ ୧୦ ବଡ ପ୍ରସ୍ତାବକୁ...

ନବୀନ ନବୀନ ଗୀତ ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଯାତ୍ରା ପାର୍ଟି ପରିଚାଳକ

ଚାନ୍ଦବାଲି,୨୨ା୧(ଅଶୋକ ପଣ୍ଡା): ୧୯ ତାରିଖ ମକର ମେଳା ସମୟରେ ଭଦ୍ରକ ଜିଲା ଧାମରା ଗଙ୍ଗା ମାତା ପଡ଼ିଆରେ ଯାତ୍ରା ସ୍ବର୍ଣ୍ଣମହଲ ନିଜର ଅପେରା ଶୋ’ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri