Posted inରାଜ୍ୟ

ଘନେଇଲାଣି ଆଉ ଏକ ବାତ୍ୟା ଭୟ! ବଙ୍ଗୋପସାଗରରେ ପୁଣି ଲଘୁଚାପ

ଭୁବନେଶ୍ୱର,୨।୧୧:ପୁଣି ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ଦକ୍ଷିଣ ବଙ୍ଗୋପସାଗରରେ ୫ ନଭେମ୍ବରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି । ଏହା ଧୀରେଧୀରେ ପଶ୍ଚିମ ଦିଗକୁ ଗତିକରି ତାମିଲନାଡୁ ଉପକୂଳରେ ପହଞ୍ଚିବ । ୭ ନଭେମ୍ବରରେ ଅଧିକ ଘନୀଭୂତ ହୋଇ ଏହା ଅବପାତର ରୂପ ନେଇପାରେ । ଅବପାତରୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବା ସମ୍ଭାବନା କମ୍‌ । ଭାରତୀୟ ପାଣିପାଗ ବିଭାଗର ସାଇକ୍ଲୋଜେନେସିସ ଅନୁସାରେ ଅବପାତରୁ ଅଧିକ ଘନୀଭୂତ ହେବାର ସମ୍ଭାବନା ମାତ୍ର ୩୩ ପ୍ରତିଶତ ରହିଛି । କିନ୍ତୁ ଏହାକୁ ନେଇ ପୁଣି ବାତ୍ୟା ଭୟ ଘନେଇବାରେ ଲାଗିଛି। କୁହାଯାଉଛି ପାଞ୍ଜି ଆକଳନ ସତ ହୋଇପାରେ। ତେବେ ଅକ୍ଟୋବର ବାତ୍ୟା ପରେ ନଭେମ୍ବର ବାତ୍ୟା ନେଇ ଲୋକେ ଛାନିଆ ହେଲେଣି।

ନିକଟରେ ଏବେ ଦାନାର ବୀଭିଷିକା ଦୃଶ୍ୟ ଆଖିରୁ ନ ଯାଉଣୁ ଅନ୍ୟପଟେ ଚର୍ଚ୍ଚା ହେଉଛି ଆଉ ଏକ ବାତ୍ୟା ନଭେମ୍ବରରେ ଆସିବ । ଏକଥା ଶୁଣି ଲୋକେ ଛାନିଆ ହେଲେଣି। କିନ୍ତୁ ଆଇଏମଡିର ଆକଳନ ଅନୁସାରେ ଏହି ସପ୍ତାହର ଶେଷ ଆଡକୁ ଦକ୍ଷିଣ ବଙ୍ଗେପାସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ । ଦ୍ବିତୀୟ ସପ୍ତାହରେ ଏହା ଅବପାତର ରୂପନେଇ ତାମିଲନାଡୁ ଉପକୂଳରେ ପହଞ୍ଚିବ । ଏହାର ପ୍ରଭାବରେ ୭ରୁ ୧୧ ନଭେମ୍ଭର ଭିତରେ ପ୍ରବଳରୁ ଅତିପ୍ରବଳ ବର୍ଷା ତାମିଲନା ରାୟଲସୀମା ଓ କେରଳରେ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ଧାନ ବିକ୍ରି ପଞ୍ଜୀକରଣରୁ ବଞ୍ଚତ୍ତ ଚାଷୀଙ୍କ ରଣହୁଙ୍କାର

କୋକସରା,୮ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାରମ୍ବାର ଆନ୍ଦୋଳନ ସତ୍ତ୍ୱେ କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ମେଗା ଲିଫ୍ଟ ପ୍ରକଳ୍ପ ଅଞ୍ଚଳର କୋକସରା, ଜୟପାଟଣା ଓ ଧର୍ମଗଡ଼ ବ୍ଲକର ଚାଷୀ…

ଅନ୍‌ଲାଇନ ଟ୍ରେଡିଂ ନାଁରେ ୨୦.୫୦ ଲକ୍ଷ ଠକେଇ ଆନ୍ଧ୍ରରୁ ମାଷ୍ଟର ମାଇଣ୍ଡ ଗିରଫ

କୋରାପୁଟ, ୮ା୫(ଅମିତାଭ ବେହେରା)-ଅନ୍‌ଲାଇନ ଟ୍ରେଡିଂରେ ଅଧିକ ଲାଭ ଦେବା ଲୋଭ ଦେଖାଇ କୋରାପୁଟ ଜିଲା ଜୟପୁରର ଜଣେ ବ୍ୟକ୍ତିଙ୍କୁ ୨୦ଲକ୍ଷ ୫୦ ହଜାର ଟଙ୍କା ଠକେଇ କରାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri