Posted inଜାତୀୟ

କଂଗ୍ରେସରେ ଆଉ ଏକ ବିଭାଜନ ଆଶଙ୍କା

ଭୋପାଳ,୧୮।୨:୪ ବର୍ଷ ପରେ ମଧ୍ୟପ୍ରଦେଶ କଂଗ୍ରେସରେ ଆଉ ଏକ ବିଭାଜନ ଆଶଙ୍କା ସୃଷ୍ଟି ହୋଇଛି। ୨୦୨୦ ମାର୍ଚ୍ଚରେ ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସହ ତାଙ୍କର ୨୨ ଅନୁଗତ ବିଧାୟକ ଭାଜପାରେ ସାମିଲ ହେବାରୁ କମଲ ନାଥଙ୍କ ସରକାର ଭାଙ୍ଗିଯାଇଥିଲା। ଏବେ ରାଜ୍ୟ ସେଭଳି ଏକ ପରିସ୍ଥିତି ସୃଷ୍ଟି ହେବ ବୋଲି ଆଶଙ୍କା କରାଯାଉଛି। ବରିଷ୍ଠ ନେତା କମଲ ନାଥ ଓ ତାଙ୍କ ପୁଅ ତଥା ମଧ୍ୟପ୍ରଦେଶରୁ ଦଳର ଏକମାତ୍ର ଏମ୍‌ପି ନକୁଲ ନାଥ ଭାଜପାରେ ଯୋଗଦେବା ନେଇ ଚର୍ଚ୍ଚା ଜାରି ରହିଥିବାବେଳେ ରବିବାର ନାଥଙ୍କର ଅନୁଗତ କେତେଜଣ ବିଧାୟକ ଦିଲ୍ଲୀରେ ପହଞ୍ଚତ୍ଛନ୍ତି। ଛିନ୍ଦଓ୍ବାରାରୁ ୩ ଜଣ ଏବଂ ଅନ୍ୟ ଅଞ୍ଚଳରୁ ଅନ୍ୟ ୩ ଜଣ କଂଗ୍ରେସ ବିଧାୟକ ଦିଲ୍ଲୀରେ ପହଞ୍ଚତ୍ଥିବା କମଲ ନାଥଙ୍କ ଘନିଷ୍ଠ ସୂତ୍ରରୁ ଜଣାପଡ଼ିଛି। ଉକ୍ତ ବିଧାୟକମାନେ ଫୋନ୍‌ ଉଠାଉନାହାନ୍ତି। କମଲ ନାଥଙ୍କ ଅନ୍ୟତମ ଘନିଷ୍ଠ ତଥା ପୂର୍ବତନ ମନ୍ତ୍ରୀ ଲଖନ ଘଙ୍ଗୋରିଆ ଦିଲ୍ଲୀରେ ତାଙ୍କ କ୍ୟାମ୍ପ୍‌ରେ ସାମିଲ ହୋଇଥିବା ଦଳୀୟ ସୂତ୍ରରୁ ଜଣଶପଡ଼ିଛି। ଗତ ନଭେମ୍ବରରେ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ହାରିଯିବା ପରେ କମଲ ନାଥଙ୍କୁ ଦଳର ରାଜ୍ୟ ସଭାପତି ପଦରୁ ହଟାଇଦିଆଯାଇଥିଲା। ୨୩୦ ଆସନ ବିଶିଷ୍ଟ ମଧ୍ୟପ୍ରଦେଶ ବିଧାନସଭାରେ କଂଗ୍ରେସର ୬୬ ବିଧାୟକ ରହିଛନ୍ତି। ଦଳବଦଳ ଆଇନରୁ ବର୍ତ୍ତିବା ଲାଗି କମଲ ନାଥ ଗୋଷ୍ଠୀ ୨୩ ବିଧାୟକଙ୍କ ସମର୍ଥନ ହାସଲ କରିବାକୁ ଉଦ୍ୟମ ଚଳାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?