ଫୁଲୁଛି ସୁବର୍ଣ୍ଣରେଖା: ପୁଣି ଏକ ବନ୍ୟା ଆଶଙ୍କା, ଲୋକେ ଭୟଭୀତ

ଭୋଗରାଇ,୨୬ା୯(ପ୍ରଦୀପ ଦାସ): ଲଘୁଚାପ ଜନିତ ଲଗାଣ ବର୍ଷାରେ ଉତ୍ତର ବାଲେଶ୍ୱର ଜଳାର୍ଣ୍ଣବ ସହିତ ଜନଜୀବନ ଦୁର୍ବିସହ ହୋଇପଡ଼ିଛି। ୩ ଦିନ ଧରି ତୁହାକୁ ତୁହା ବର୍ଷା ଲାଗି ରହିବାରୁ ଗ୍ରାମ, ବଜାର, ହାଟ ବର୍ଷା ପାଣିରେ ବୁଡ଼ିଯାଇ ବେହାଲ ହୋଇଛି। ଘନଘନ ଲଘୁଚାପ ଯୋଗୁ ବିଲ, ବାଡ଼ି, କ୍ଷେତ ସବୁଠି ଜଳ ପରିପୂର୍ଣ୍ଣ ହୋଇ ଲହଡ଼ି ଭାଙ୍ଗୁଛି। ସୁବର୍ଣ୍ଣରେଖା ପ୍ରଥମବନ୍ୟା ବନ୍ୟା ଲୋକଙ୍କ ମଧ୍ୟରୁ ଦୁଃଖ ଦୁର୍ଦ୍ଦଶା ଲିଭି ନ ଥିବା ବେଳେ ପୁଣି ଏକ ଲଘୁଚାପ ୨ୟ ବନ୍ୟାର ଆଶଙ୍କା ସୃଷ୍ଟି କରିଛି। ଝାଡ଼ଖଣ୍ଡ ମାଳ ଅଞ୍ଚଳରେ ଏହି ଲଘୁଚାପ ସକ୍ରିୟ ହୋଇ ବର୍ଷା ହେଉଥିବାବେଳେ ଗାଲୁଡ଼ିହି ବ୍ୟାରେଜରୁ ୨୨୦୦ କ୍ୟୁସେକ୍‌ ବର୍ଷାଜଳ ସୁବର୍ଣ୍ଣରେଖାକୁ ଛଡ଼ାଯିବାରୁ ପୁଣି ଅନ୍ୟ ଏକ ବନ୍ୟା ଆଶଙ୍କା ଏଡ଼ାଇ ଦିଆଯାଇ ନ ପାରେ ବୋଲି ସେଚ ବିଭାଗ ସୂଚନା ଦିଆଯାଇଛି।

ଅପରପକ୍ଷରେ ଭୋଗରାଇର କମର୍ଦ୍ଦା-ବାଲିଆପାଳ ମୁଖ୍ୟ କଂକ୍ରିଟରାସ୍ତା ଉଲୁଡ଼ା-ବାଇଗଣବାଡିଆଠାରେ ଶହେ ମିଟର ଲମ୍ବ ଓ ୧୨ ମିଟର ଚଉଡ଼ା ସୃଷ୍ଟି ହେବାରୁ ପଡ଼ୋଶୀ ଗାଁ ପ୍ରତି ବିପଦ ଦେଖାଦେଇଛି। ସେଠାରେ ପୂର୍ତ୍ତ ବିଭାଗ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଅସ୍ଥାୟୀ ଭାବେ ଶହଶହ ବାଲି ବସ୍ତା ପକାଯାଇ ଜନଜୀବନ ସୁରକ୍ଷିତ ନିମନ୍ତେ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ି ପାଉଁଶ ହେଲା ୩,୧୧୬ କିଲୋ ଗଞ୍ଜେଇ, NDPS ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ

ମୋହନା, ୨୬।୬ (ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଥାନା ପୋଲିସ ପକ୍ଷରୁ ଆଜି ମାଦକ ଦ୍ରବ୍ୟ କାରବାର ବିରୋଧରେ ଏକ ବଡ଼ ପଦକ୍ଷେପ ଗ୍ରହଣ…

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଦୁବାଇରେ ହଠାତ ବାଜିଲା ସାଇରନ୍‌! ମିସାଇଲ୍‌ ଆକ୍ରମଣର ଚେତାବନୀ, ଖେଳିଗଲା ଆତଙ୍କ

ଦୁବାଇ,୨୬।୬: ସଂଯୁକ୍ତ ଆରବ ଏମିରେଟ୍ସ (UAE) କର୍ତ୍ତୃପକ୍ଷଙ୍କ ପକ୍ଷରୁ ଶୁକ୍ରବାର ଦିନ ଦୁବାଇ ପାଇଁ ଏକ ମିସାଇଲ ଆକ୍ରମଣର ସତର୍କ ସୂଚନା (Alert) ଜାରି କରାଯାଇଛି। ଏହାକୁ…

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri