Posted inଜାତୀୟ

ଆସୁଛି ଆଉ ଏକ ଘୂର୍ଣ୍ଣିଝଡ଼! ୧୦ ରାଜ୍ୟକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ନୂଆଦିଲ୍ଲୀ,୧୪।୧୦: ସମଗ୍ର ଦେଶର ମୌସୁମୀ ବିଦାୟ ନେଉଥିବା ବେଳେ ଅକ୍ଟୋବର ୧୬ ପର୍ଯ୍ୟନ୍ତ ୧୦ ଟି ରାଜ୍ୟରେ ପ୍ରବଳ ବର୍ଷା ହେବାର ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏହି ସମୟରେ ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଇଏମଡିର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ଦୁଇ ଦିନ ମଧ୍ୟରେ ଗୁଜୁରାଟ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ମହାରାଷ୍ଟ୍ର, ବିହାର ଏବଂ ଝାଡ଼ଖଣ୍ଡର କିଛି ଅଂଶରୁ ଫେରିଯିବାର ସମ୍ଭାବନା ରହିଛି। ତେବେ ଅନେକ ରାଜ୍ୟରେ ବିଶେଷ କରି ଦକ୍ଷିଣ ଉପଦ୍ୱୀପ ଭାରତରେ ପ୍ରବଳ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି।
ଏହି ସମୟ ମଧ୍ୟରେ ପୁଣି ଥରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସୋମବାର ସୁଦ୍ଧା ଏହି ନିମ୍ନ ଚାପ ଏକ ଘୂର୍ଣ୍ଣିବଳୟରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। ଏହି ଘୂର୍ଣ୍ଣିବଳୟ ପାଖେଇ ଆସୁଥିବା ବେଳେ ଆନ୍ଧ୍ରପ୍ରଦେଶ ଗୃହମନ୍ତ୍ରୀ ଗୃହ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ଅଧିକାରୀମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ବାପାଟଲା, ପ୍ରକାଶମ, ନେଲୋର, କୁର୍ନୁଲ ଏବଂ ନନ୍ଦିଆଲା ଭଳି ଅନେକ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟର ପ୍ରଭାବ ପଶ୍ଚିମବଙ୍ଗରୁ ବିହାର ପର୍ଯ୍ୟନ୍ତ ଦେଖାଯିବ ବୋଲି କହିଛି ପାଣିପାଗ ବିଭାଗ।

ଦକ୍ଷିଣ ରାଜ୍ୟଗୁଡିକ ପାଇଁ ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଅକ୍ଟୋବର ୧୫ପର୍ଯ୍ୟନ୍ତ ତାମିଲନାଡୁ ଏବଂ ପୁଡୁଚେରୀରେ, ଆସନ୍ତା ୬ ଦିନରେ କେରଳରେ ଏବଂ ଅକ୍ଟୋବର ୧୪ରୁ ୧୬ ପର୍ଯ୍ୟନ୍ତ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହୋଇପାରେ। ଅକ୍ଟୋବର ୧୪ ପର୍ଯ୍ୟନ୍ତ କର୍ନାଟକରେ ମଧ୍ୟ ବର୍ଷା ହେବ। ତାମିଲନାଡୁ ଏବଂ କେରଳରେ ୧୪ ଏବଂ ୧୫ ଅକ୍ଟୋବରରେ ପ୍ରବଳ ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଗାଈକୁ ବଞ୍ଚାଇବାକୁ ଯାଇ ଓଲଟିଲା ଟୁରିଷ୍ଟ ବସ୍: ୧୫ରୁ ଊର୍ଦ୍ଦ୍ବ ଗୁରୁତର

ନୀଳଗିରି, ୧୯।୯, (ପ୍ରଶାନ୍ତ କୁମାର ବିଶ୍ବାଳ): ଶେରଗଡ଼ ନୀଳଗିରି ଦେଇ ମୟୁରଭଞ୍ଜକୁ ସଂଯୋଗ କରୁଥିବା ୧୯ନଂ ରାଜ୍ୟ ରାଜପଥର ଗୁହିରା ଏବଂ ଛତ୍ରପୁର ମଝି ରାସ୍ତା ଭୁଡୁରୁବଣି…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?