ପୁଣି ଦାଦନ ଦୁଃଖ: କେରଳରେ କାମ କରୁଥିବାବେଳେ ସିଡ଼ିରୁ ଖସିପଡ଼ିଲେ ଓଡ଼ିଆ ଯୁବକ, ଆଉ ତା’ପରେ ଘଟିଗଲା…

ଦାରିଙ୍ଗବାଡ଼ି,୨୯।୭(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ଯନ୍ତ୍ରଣା ବଢିବାରେ ଲାଗିଛି। ଗତ କିଛି ଦିନ ତଳେ ତାମିଲନାଡୁ ରାଜ୍ୟରେ ରାସ୍ତା ଦୁର୍ଘଟଣାରେ ଉକ୍ତ ବ୍ଲକ ଗ୍ରୀନବାଡି ପଞ୍ଚାୟତର ଜଣେ ଯୁବକଙ୍କ ଜୀବନ ଚାଲିଯାଇଥିବାବେଳେ ଏବେ ପୁଣି ଉକ୍ତ ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡିଛି। ମୃତକ ହେଲେ କୃପାନ୍ତ ନାୟକ।
ପ୍ରକାଶ ଯେ, ଚଳିତ ମାସ ପ୍ରଥମ ସପ୍ତାହରେ କୃପାନ୍ତ ତାଙ୍କ ସ୍ତ୍ରୀ, ଛୁଆ ପିଲାଙ୍କୁ ନେଇ ଦାଦନ ଖଟିବାକୁ କେରଳ ଯାଇଥିଲେ ସେଠାରେ ଏକ କନଷ୍ଟ୍ରକ୍ସନ କାର୍ଯ୍ୟରେ ରାଜମିସ୍ତ୍ରୀଙ୍କ ହେଲପର ଭାବେ କାର୍ଯ୍ୟ କରୁଥିଲେ ତେବେ ୨୧ ରେ ସେ କାମ କରୁଥିବା ବେଳେ ସିମେଣ୍ଟ ବସ୍ତା ମୁଣ୍ଡରେ ବୋହି ଏକ ସିଡ଼ି ଚଢିବା ବେଳେ ତାଙ୍କ ଗୋଡ଼ ଖସିଯିବା ସହ ଗୁରତର ଆହତ ହୋଇଥିଲେ। ମେରୁ ହାଡ଼ ଭାଙ୍ଗି ଯାଇଛି ବୋଲି ପରିବାର ଲୋକ କହିଛନ୍ତି ।
ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ତାଙ୍କ ଚିକିତ୍ସା ରେ ଅର୍ଥ ବାଧକ ସାଜିବା ସହ ମୃତ କୃପାନ୍ତଙ୍କ ସାଥିରେ ଥିବା ତାଙ୍କ ସ୍ତ୍ରୀ ଓ ସାନ ଭାଇ ଡାକ୍ତରଙ୍କ ଭାଷା ବୁଝିବା କଷ୍ଟ ଯୋଗୁ ସେମାନେ ୨୨ରେ ଓଡିଶାକୁ ଚିକିତ୍ସା ପାଇଁ ନେଇ ଆସିଥିଲେ। ପ୍ରଥମେ ତାଙ୍କୁ ବ୍ରହ୍ମପୁର ଓ ପରେ କଟକ ଅଧିକା ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ସେମାନେ ୨୪ରେ ଭର୍ତ୍ତି କରିଥିବାବେଳେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କର ମୃତ୍ୟୁ ହୋଇଥିଲା ବୋଲି ମୃତକଙ୍କ ସାନଭାଇ ପ୍ରଶାନ୍ତ କହିଥିଲେ। ସେ ଆହୁରି କହିଥିଲେ, ତାଙ୍କ ଭାଇଙ୍କୁ ଉତ୍ତମ ଚିକିତ୍ସା ଅଭାବରୁ ମୃତ୍ୟୁ ଘଟିଲା ବୋଲି କହିଥିଲେ। କଟକରେ ମୃତଦେହ ବ୍ୟବଚ୍ଛେଦ ପରେ ମୃତ ଶରୀରକୁ ନିଜ ଗାଁକୁ ଅଣାଯାଇଛି। ମଙ୍ଗଳବାର ସଂସ୍କାର କରାଯିବ ବୋଲି ମୃତକଙ୍କ ଭାଇ ପ୍ରଶାନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri