ପଜିଟିଭ ଚିହ୍ନଟ ପରେ ଆସନ୍ନପ୍ରସବା ହଟହଟା: ଡାକ୍ତରଖାନାରୁ ରାତାରାତି ଚାଲିଯିବାକୁ କୁହାଗଲା

ବୌଦ୍ଧ,୨୩ା୫(ସ୍ବ.ପ୍ର.): ବୌଦ୍ଧ ଜିଲାରେ କରୋନାର ଆଉ ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି । କରୋନା ପଜିଟିଭ ଚିହ୍ନଟ ହେବା ପରେ ଜଣେ ଆସନ୍ନପ୍ରସବାଙ୍କୁ ଡାକ୍ତରଖାନାରୁ ରାତାରାତି ଚାଲିଯିବାକୁ କୁହାଯିବାରୁ ତାଙ୍କୁ ହଟହଟା ହେବାକୁ ପଡିଛି। ଏହି ସମ୍ବେଦନଶୀଳ ଘଟଣା ସାଧାରଣରେ ଗଭୀର ଆଲୋଡନ ସୃଷ୍ଟି କରିଛି।

ପ୍ରକାଶ ଯେ, ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପୁରୁଣାମାନତ୍ରୀ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ତ୍ରିମଣ୍ଡଳ ଗ୍ରାମର ଜଣେ ଗର୍ଭବତୀ ମହିଳାଙ୍କୁ ପ୍ରସବ ପାଇଁ ପରିବାର ଲୋକେ ଶୁକ୍ରବାର ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ଏଠାରେ ଚିକିତ୍ସା ପୂର୍ବରୁ ତାଙ୍କର କୋଭିଡ୍‌ ପରୀକ୍ଷା କରାଯାଇଥିଲା। କିନ୍ତୁ ସମ୍ପୃକ୍ତ ମହିଳା ଜଣକ କରୋନା ପଜିଟିଭ ବୋଲି ରିପୋର୍ଟ ଆସିଥିଲା ା ଏହାପରେ ଚିକିତ୍ସାଳୟ ପକ୍ଷରୁ ରାତି ପ୍ରାୟ ୪ଟା ବେଳେ ତାଙ୍କୁ ବୁର୍ଲା ନେଇଯିବାକୁ ପରିବାର ଲୋକଙ୍କୁ କୁହାଯାଇଥିଲା। ଏହି ପରିବାର ଅତ୍ୟନ୍ତ ଗରିବ ହୋଇଥିବା ବେଳେ ପାଖରେ ଟଙ୍କା ନ ଥିବା ଜଣାଇଥିଲେ ା ଏହାସତ୍ତ୍ୱେ ତାଙ୍କୁ ଡାକ୍ତରଖାନା ଛାଡି ଚାଲିଯିବାକୁ କୁହାଯାଇଥିଲା। ଫଳରେ ପରିବାର ଲୋକେ ଆସନ୍ନ ପ୍ରସବାଙ୍କୁ ଚିକିତ୍ସାଳୟ ପରିସରରେ ଖୋଲା ଆକାଶ ତଳେ ପକାଇ ରଖିଥିଲେ ା ସେ ଯନ୍ତ୍ରଣାରେ ଛଟପଟ ହେଉଥିଲେ ମଧ୍ୟ ଅନ୍ୟମାନେ ଦେଖଣାହାରୀ ସାଜିଥିଲେ ା ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏ ସମ୍ପର୍କରେ ଖବରପାଇ ଅସନ୍ତୋଷ ବ୍ୟକ୍ତ କରିବା ସହ ଯଥାଶୀଘ୍ର ତାଙ୍କୁ ଚିକିତ୍ସା ସେବା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାପାଳଙ୍କ ତାଗିଦ ପରେ ମହିଳାଙ୍କୁ ପୁଣି ଥରେ ଚିକିତ୍ସାଳୟ ଭିତରକୁ ନିଆଯାଇ ଡାକ୍ତରଙ୍କ ଦ୍ୱାରା ଚିକିତ୍ସା କରାଯାଇଥିଲା। ପରେ ଚିକିତ୍ସାଳୟ ପକ୍ଷରୁ ଶନିବାର ସକାଳ ସାଢେ ୮ଟା ସମୟରେ ୧୦୮ ଆମ୍ବୁଲାନ୍ସ ଯୋଗେ ମହିଳାଙ୍କୁ ଚିକିତ୍ସା ପାଇଁ ବୁର୍ଲା ପଠାଯାଇଥିବା ଜଣାପଡିଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ତ୍ରିଲୋଚନ ପ୍ରଧାନ କହିଛନ୍ତି, ମହିଳା ଜଣକ କୋଭିଡ ସଂକ୍ରମିତ ଥିବା ପରୀକ୍ଷା ପରେ ଜଣାପଡିଥିଲା। ତେବେ ଗର୍ଭସ୍ଥ ଶିଶୁର ମୁଣ୍ଡ ବଡ ଥିବାରୁ ଅସ୍ତ୍ରୋପଚାର କରିବାର ଆବଶ୍ୟକତା ରହିଥିଲା। ଏଠାରେ କୋଭିଡ ସଂକ୍ରମିତ ରୋଗୀଙ୍କ ପାଇଁ କୌଣସି ସୁବିଧା ନ ଥିବାରୁ ତାଙ୍କୁ ବୁର୍ଲା ନେଇଯିବାକୁ ପରାମର୍ଶ ଦିଆଯାଇଥିଲା। ସେମାନେ ସେଠାକୁ ଯିବାକୁ ଅରାଜି ହେବା ସହ ଘରକୁ ଚାଲିଯିବାକୁ ବାହାରି ଥିଲେ। ସକାଳୁ ଚିକିତ୍ସାଳୟ ପକ୍ଷରୁ ଆମ୍ବୁଲାନ୍ସ ସୁବିଧା କରି ମହିଳାଙ୍କୁ ବୁର୍ଲା ଡାକ୍ତରଖାନା ପଠାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri